ଆଳି: ରାଜ୍ୟ ପଞ୍ଚାୟତିରାଜ, ନଗର ଉନ୍ନୟନ ଓ ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ କାର୍ ଉପରକୁ କିଛି ଯୁବ କଂଗ୍ରେସ କର୍ମୀ ଅଣ୍ଡାମାଡ଼ କରିଥିବା ଜଣାଯାଇଛି। ବିଭିନ୍ନ ପଞ୍ଚାୟତରେ ପ୍ରକଳ୍ପ ଶିଳାନ୍ୟାସ ଏବଂ ଉଦଘାଟନ ପାଇଁ ଆଳି ନିର୍ବାଚନ ମଣ୍ଡଳୀକୁ ପ୍ରତାପ ଜେନା ଯାଇଥିବା ବେଳେ ବିରୋଧ ପ୍ରଦର୍ଶନ କରାଯାଇଥିଲା। ଆଳି ବାଳକାଟି ନିକଟରେ ଯୁବ କଂଗ୍ରେସ ପକ୍ଷରୁ ଅଣ୍ଡାମାଡ଼ ସହ କଳାପତାକା ପ୍ରଦର୍ଶନ କରାଯାଇଥିଲା। ମମିତା ମେହେର ହତ୍ୟାକାଣ୍ଡରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଏଭଳିବିରୋଧ ପ୍ରଦର୍ଶନ କରାଯାଇଥିଲା।