ଭୁବନେଶ୍ୱର: ଖାଦ୍ୟ ଯୋଗାଣ, ଉପଭୋକ୍ତା କଲ୍ୟାଣ ତଥା ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କରୋନା ଆକ୍ରାନ୍ତ ହେବା ନେଇ ମନ୍ତ୍ରୀ ଶ୍ରୀ ସ୍ୱାଇଁ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୋର କୌଣସି ଲକ୍ଷଣ ଦେଖାଯାଇନାହିଁ। କିନ୍ତୁ ଡାକ୍ତରଙ୍କ ପରାମର୍ଶ କ୍ରମେ ମୁଁ ହୋମ୍ ଆଇସୋଲେସନରେ ଅଛି। ମୋ ସଂପର୍କରେ ଯେଉଁମାନେ ଆସିଛନ୍ତି, ଦୟାକରି ସେମାନେ ପରୀକ୍ଷା କରାଇ ନିଅନ୍ତୁ।
ଏହା ପୂର୍ବରୁ ରାଜ୍ୟ ଶିଶୁ ଓ ମହିଳା ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ଶ୍ରୀମତୀ ସାହୁ ଟୁଇଟ କରି ସୂଚନା ଦେଇଛନ୍ତି। ଟୁଇଟ୍ରେ ସେ ଲେଖିଛନ୍ତି, ମୁଁ ହୋମ୍ ଆଇସୋଲେସନ ଥାଇ ସୁସ୍ଥ ଅଛି। ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି, ସେମାନେ ନିଜର ନମୁନା ପରୀକ୍ଷା କରାଇ ନିଅନ୍ତୁ।
I have tested Covid positive.
Now I am in home isolation and stable.
Those who have come in contact with me in the last few days are requested to get themselves tested if required.@CMO_Odisha@IPR_Odisha— Tukuni Sahu (@TukuniSahu) September 11, 2020
ସୂଚନାଯୋଗ୍ୟ, ରାଜ୍ୟର ବହୁ ବିଧାୟକ କରୋନା ଆକ୍ରାନ୍ତ ହୋଇଛନ୍ତି। ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, ଲକ୍ଷ୍ମୀପୁର ବିଧାୟକ ପ୍ରଭୁ ଜାନୀ, ନୀଳଗିରି ବିଧାୟକ ସୁକାନ୍ତ ନାୟକ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, ରେମୁଣା ବିଧାୟକ ସୁଧାଂଶୁ ପରିଡ଼ା, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ବଡ଼ମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ର, ଭୁବନେଶ୍ୱର (ଉତ୍ତର) ବିଧାୟକ ସୁଶାନ୍ତ ରାଉତ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ଓ ବରୀ ବିଧାୟିକା ସୁନନ୍ଦା ଦାସ ସଂକ୍ରମିତ ହୋଇଛନ୍ତି। ସେହିପରି ବରଗଡ଼ ସାଂସଦ ସୁରେଶ ପୂଜାରୀ ଓ ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ।
ଏହା ପୂର୍ବରୁ ରାଜ୍ୟର ପ୍ରଥମ ମନ୍ତ୍ରୀ ଭାବେ ସୁଶାନ୍ତ ସିଂ ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ। ସେହିପରି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଓ ଗତକାଲି ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ସଂକ୍ରମିତ ହୋଇଥିବା ସୂଚନା ଦେଇଥିଲେ।