ପଞ୍ଜିକୃତ ଚାଷୀ ଧାନକିଣାରୁ ବଞ୍ଚିତ ହେବେ ନାହିଁ : ଖାଦ୍ୟ ଯୋଗାଣ ମନ୍ତ୍ରୀ

Advertisment

ମନ୍ତ୍ରୀଙ୍କ ଉତ୍ତରରେ ଅସନ୍ତୋଷ ପ୍ରକାଶ କରି ବିଜେପି ବିଧାୟକମାନଙ୍କ କକ୍ଷତ୍ୟାଗ

ମନ୍ତ୍ରୀଙ୍କ ଉତ୍ତରରେ ଅସନ୍ତୋଷ ପ୍ରକାଶ କରି ବିଜେପି ବିଧାୟକମାନଙ୍କ କକ୍ଷତ୍ୟାଗ

ପଞ୍ଜିକୃତ ଚାଷୀ ଧାନକିଣାରୁ ବଞ୍ଚିତ ହେବେ ନାହିଁ : ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଆଜି ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଗୃହରେ ଉତ୍ତର ରଖିଛନ୍ତି। ସେ ବିଧାନସଭାରେ କହିଛନ୍ତି, ‘ଏବେ ବି ଧାନ କ୍ରୟ ଜାରି ରହିଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୬୧ ଲକ୍ଷ ୨୪ ହଜାର ମେଟ୍ରିକ ଟନ ଧାନ କିଣାଯାଇଛି। ମାର୍ଚ୍ଚ ୩୧ ସୁଦ୍ଧା ସମସ୍ତ ପଞ୍ଜିକୃତ ଚାଷୀଙ୍କ ଧାନ କିଣାଯିବ। ବିଗତ ଖରିଫ ତୁଳନାରେ ୧୮ ପ୍ରତିଶତ ଅଧିକ ଧାନ କିଣା ଯାଇଛି। ପଞ୍ଜିକୃତ ଚାଷୀଙ୍କର ଧାନ ବିକ୍ରିରେ ଯେମିତି ସମସ୍ୟା ନ ହେବ ତାକୁ ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବିଭିନ୍ନ ଜିଲ୍ଲାର ଧାନ କିଣା ନେଇ ଯେଉଁ ସମସ୍ୟା ରହିଛି ସେ ନେଇ ତଦନ୍ତ ଚାଲିଛି। ଟୋକନ ଜାଲିଆତି କରି ଧାନ ବିକୁଥିବା ଚାଷୀଙ୍କ କ୍ଷେତ୍ରରେ ପଦକ୍ଷେପ ନିଆଯାଉଛି। ପଞ୍ଜିକୃତ ଚାଷୀ ଧାନ କିଣାରୁ ବଞ୍ଚିତ ହେବେ ନାହିଁ। ଯେଉଁ ବିଧାୟକ ମାନେ ନିର୍ଦ୍ଦିଷ୍ଟ ଅଭିଯୋଗ କରିବେ ଆମେ ତାର ସମାଧାନ କରିବୁ। ୧୦୦ ପ୍ୟାକସ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହୋଇଛି।’ ତେବେ ବିଭାଗୀୟ ମନ୍ତ୍ରୀଙ୍କ ଉତ୍ତରରେ ଅସନ୍ତୋଷ ପ୍ରକାଶ କରିବା ସହ ବିଜେପି ବିଧାୟକମାନେ କକ୍ଷତ୍ୟାଗ କରିଛନ୍ତି।

ଏହାପୂର୍ବରୁ ଗତକାଲି ମୁଖ୍ୟମନ୍ତ୍ରୀଙ୍କ ସହ ବିଜେପି ବିଧାୟକଙ୍କ ଆଲୋଚନା ପରେ ଆଜି ଗୃହ ସ୍ୱାଭାବିକ ହୋଇଥିଲା। ଦୀର୍ଘ ୬ ଦିନ ପରେ ଗୃହକାର୍ଯ୍ୟ ସ୍ୱାଭାବିକ ହୋଇଥିଲା। ମୁଖ୍ୟମନ୍ତ୍ରଙ୍କ ନିର୍ଦ୍ଦେଶ କ୍ରମେ ଆଜି ଗୃହରେ ଧାନ କିଣା ପ୍ରସଙ୍ଗକୁ ନେଇ ଗୃହରେ ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe