ଭୁବନେଶ୍ବର: ମାଟ୍ରିକ ପରୀକ୍ଷାଫଳକୁ ନେଇ ପରୀକ୍ଷାର୍ଥୀ ଓ ଅଭିଭାବକ ଉତ୍କଣ୍ଠିତ ଅଛନ୍ତି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଚଳିତ ଜୁନ୍ ମାସ ଶେଷ ସପ୍ତାହ ସୁଦ୍ଧା ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ।

Advertisment

publive-image
ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ମାଟ୍ରିକ ଖାତାଦେଖା ଯଥା ସମୟରେ ସରିଛି। ଏଣୁ ଜୁନ୍ ମାସ ଶେଷ ସପ୍ତାହ ସୁଦ୍ଧା ମାଟ୍ରିକ ରେଜଲ୍ଟ ପ୍ରକାଶ କରାଯିବାକୁ ସମସ୍ତ ପ୍ରକାରର ପ୍ରଚେଷ୍ଟା ଚାଲିଛି।
ସୂଚନାଯୋଗ୍ୟ, ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଚାଲିଥିବା ମାଟ୍ରିକ୍ ଖାତା ମୂଲ୍ୟାୟନ ପ୍ରକ୍ରିୟା ଶେଷ ହୋଇଛି। ଚଳିତ ବର୍ଷ ମୂଲ୍ୟାୟନ କେନ୍ଦ୍ରରୁ ବୋର୍ଡ ନିଯୁକ୍ତ ମେକର ଓ ଚେକର୍ଙ୍କ ଦ୍ବାରା ସିଧାସଳଖ ଛାତ୍ରଛାତ୍ରୀଙ୍କ ମାର୍କ ଅପ୍ଲୋଡ୍ ବ୍ୟବସ୍ଥା କରାଯାଇଥିଲା। ଏହାଦ୍ବାରା ପରୀକ୍ଷାଫଳ ପ୍ରକାଶନ ପ୍ରକ୍ରିୟା ସହଜ ଓ ସରଳ ହେବ ବୋଲି ସୂଚନା ମିଳିଛି। ରାଜ୍ୟ ମଧ୍ୟରେ ସବ୍ଜେକ୍ଟିଭ୍ ପେପର ମୂଲ୍ୟାୟନ ଚାଲିଥିବାବେଳେ ଏକକାଳୀନ ରାଜ୍ୟ ବାହାରେ ଅବ୍ଜେକ୍ଟିଭ୍ ଖାତା(ଓଏମ୍ଆର୍ ଉତ୍ତରଫର୍ଦ୍ଦ) ମୂଲ୍ୟାୟନ ଚାଲିଛି। ତାହା ମଧ୍ୟ ସରିଯାଇଥିବା ଜଣାପଡ଼ିଛି। ଫଳରେ ପ୍ରକ୍ରିୟା ସଂପୂର୍ଣ୍ଣ ହେବା ପାଇଁ ଆଉ ପାଖାପାଖି ଦୁଇ ସପ୍ତାହ ସମୟ ଲାଗିବ। ଜୁନ୍ ଶେଷ ସପ୍ତାହରେ ମାଟ୍ରିକ୍ ପରୀକ୍ଷାଫଳ ପ୍ରକାଶ କରିବାକୁ ବୋର୍ଡ ପକ୍ଷରୁ ଯୋଜନା ଚାଲିଥିବା ବେଳେ ଫଳାଫଳକୁ ତ୍ରୁଟିଶୂନ୍ୟ କରିବା ପାଇଁ ବୋର୍ଡ ଉଦ୍ୟମ ଜାରି ରଖିଛି।