କାକଟପୁର: ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ପ୍ରକ୍ରିୟା ଜାରି ରହିଛି। ରମନ୍ତ୍ରୀ ତୁଷାରକାନ୍ତି ବେହେରା କାକଟପୁରରେ ନିଜ ବୁଥ୍‌ରେ ପ୍ରଥମ ଭୋଟର ଭାବେ ଭୋଟ୍ ଦେଇଛନ୍ତି ।

Advertisment

ଆଜି ରାଜ୍ୟର ୬ ଲୋକସଭା ଓ ୪୨ ବିଧାନସଭା ଆସନ ପାଇଁ ମତଦାନ ଜାରି ରହିଛି। ଏହି ପର୍ଯ୍ୟାୟରେ ୩୯୪ ବିଧାନସଭା ଓ ୬୬ ଲୋକସଭା ପ୍ରାର୍ଥୀଙ୍କ ପରୀକ୍ଷା ହେଉଛି। ତେବେ ମିଳିଥିବା ସୂଚନା ମୁତାବକ, ଚତୁର୍ଥ ପର୍ଯ୍ୟାୟରେ ସବୁଠୁ ଅଧିକ ଭୋଟର ଅଛନ୍ତି । ଏହି ପର୍ଯ୍ୟାୟରେ ୯୯ ଲକ୍ଷ ୬୧ ହଜାର ଭୋଟର୍ ନିଜର ମତଦାନ ଅଧିକାର ସାବ୍ୟସ୍ତ କରୁଛନ୍ତି ।