ଭୁବନେଶ୍ୱର : ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପ ଦୁର୍ଦ୍ଦିନ ଭିତରେ ଗତି କରୁଥିଲା ବେଳେ ଏହାର ବିକାଶ ପାଇଁ ସରକାର ଅଣ୍ଟା ଭିଡ଼ିଛନ୍ତି। ଏଥି ପାଇଁ ଏକ ଚିଠା ନୀତି ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତ୍ରୀ ସ୍ତରୀୟ କମିଟି ଗଠନ କରିଛନ୍ତି। ଅର୍ଥ ମନ୍ତ୍ରୀ ଶଶିଭୂଷଣ ବେହେରାଙ୍କ ଅଧ୍ୟକ୍ଷତାରେ ଗଠିତ ଏହି କମିଟିରେ ଏମ୍ଏସ୍ଏମ୍ଇ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଓ ଶିଳ୍ପ ମନ୍ତ୍ରୀ ଅନନ୍ତ ଦାସ ସଦସ୍ୟ ରହିବେ। ଶିଳ୍ପ ବିଭାଗର ପ୍ରମୁଖ ସଚିବ କମିଟିର ଆବାହକ ସଦସ୍ୟ ରହିବେ। ଏକ ମାସ ମଧ୍ୟରେ କମିଟି ରିପୋର୍ଟ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଆଜି ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୈଠକରେ ଚଳଚ୍ଚିତ୍ର ଶିଳ୍ପର ବିଭିନ୍ନ ସମସ୍ୟା ତଥା କଳିଙ୍ଗ ଷ୍ଟୁଡିଓର ଉନ୍ନତି ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏଥିରେ ତିନି ମନ୍ତ୍ରୀଙ୍କ ସମେତ ଚଳଚ୍ଚିତ୍ର ଉନ୍ନୟନ ନିଗମ ଅଧ୍ୟକ୍ଷ କୁନା ତ୍ରିପାଠୀ, ଉନ୍ନୟନ କମିସନର୍ ଓ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2018/07/film.jpg)