ଭୁବନେଶ୍ବର : ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସମେତ ତାଙ୍କ ପତ୍ନୀ ସଙ୍ଗୀତା ଦାଶ କରୋନା ଆକ୍ରାନ୍ତ ହୋଇଛନ୍ତି। ଆଜି ପୂର୍ବାହ୍ନରେ ମନ୍ତ୍ରୀ ଶ୍ରୀ ଦାଶ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି। ସେହିପରି ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀ ମଧ୍ୟ କରୋନା ଆକ୍ରାନ୍ତ ହୋଇଛନ୍ତି। ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ମଧ୍ୟ ଆକ୍ରାନ୍ତ ହୋଇଥିବା ନେଇ ଟୁଇଟ୍ ଯୋଗେ ସୂଚନା ଦେଇଛନ୍ତି। ସେ ଏବେ ସୁସ୍ଥ ଅଛି। ଡାକ୍ତରଙ୍କ ପରାମର୍ଶକ୍ରମେ ଡାକ୍ତରଖାନାରେ ଚିକିତ୍ସାଧୀନ ରହିଛି। ଏହା ଜଣାପଡ଼ିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମନ୍ତ୍ରୀ ଶ୍ରୀ ଦାଶ, ଶ୍ରୀ ମହାନ୍ତି, ଶ୍ରୀ ମହାରଥୀ ଓ ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ସହ ଫୋନ୍ ଯୋଗେ କଥା ହୋଇ ସ୍ବାସ୍ଥ୍ୟବସ୍ଥା ବିଷୟରେ ପଚାରି ବୁଝିଥିଲେ। ସେମାନଙ୍କ ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ବାସ୍ଥ୍ୟ କାମନା କରିଛନ୍ତି।
ମନ୍ତ୍ରୀ ସମୀର ଦାଶ, ପ୍ରଦୀପ ମହାରଥୀ ଓ ସମୀର ମହାନ୍ତି କରୋନା ଆକ୍ରାନ୍ତ
/sambad/media/post_attachments/wp-content/uploads/2020/09/Pradeep-Maharathy.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)