ବାଲେଶ୍ୱରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

ବାଲେଶ୍ୱର : ବାଲେଶ୍ୱରରେ ପୁଣି ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ ଜଣେ ନାବାଳିକୁ ଦୁର୍ଷ୍କମ କରାଯାଇଥିବାର ଅଭିଯୋଗ ହୋଇଛି।

ମିଳିଥିବା ସୂଚନାନୁସାରେ ଗତ ସୋମବାର ଦିନ ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ ପଞ୍ଚୁଦୋଳ ଉତ୍ସବ ଚାଲିଥିବା ବେଳେ ଜଣେ ଯୁବକ ନାବାଳିକାକୁ ଘରୁ ଉଠାଇ ନେଇ ଦୁର୍ଷ୍କମ କରିଥିବା ଥାନାରେ ଅଭିଯୋଗ ହୋଇଛି। ଘଟଣା ଘଟିବାର ଦୁଇଦିନ ପରେ ପୀଡିତାଙ୍କ ମା’ ଏନେଇ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପାଇବା ପରେ ଶଳ୍ପାଞ୍ଚଳ ଥାନା ପୁଲିସ ଅଭିଯୁକ୍ତକୁ ଅଟକ ରଖି ତଦନ୍ତ ଜାରି ରଖିଥିବା ସୂଚନା ମିଳିଛି।

ସମ୍ବନ୍ଧିତ ଖବର