ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ପାଟପୁର ଥାନା ଅଞ୍ଚଳରେ ୨ଜଣ ନାବାଳିକାଙ୍କ ସହ ଦୁଷ୍କର୍ମର ଅଭିଯୋଗ ଆସିଛି। ଏହି ଘଟଣାରେ ପୁଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଥିବା ଜଣାଯାଇଛି।
Sambad is now on WhatsApp
Join and get latest news updates delivered to you via WhatsApp
ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତ୍ରରେ ପାଟପୁର ଥାନା ଅଂଚଳରେ ଘରେ କେହି ନଥିବାର ସୁଯୋଗ ନେଇ ୨ଜଣ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଥିଲା । ଥାନରେ ଅଭିଯୋଗ ହେବାପରେ ପାଟପୁର ପୁଲିସ ଆଜି ସକାଳେ ୨ଜଣ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା ଆରମ୍ଭ କରିଥିଲା। ପରେ ଉଭୟଙ୍କୁ ଗିରଫ କରିଥିବା ଜଣାଯାଇଛି। ଏହା ସହ ଉଭୟ ନାବାଳିକା ଓ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା କରିବା ପାଇଁ ଡାକ୍ତରଖାନାକୁ ପଠାଯାଇଥିବା ଜଣାଯାଇଛି ।