ଜାତୀୟ ପତାକା ପ୍ରସ୍ତୁତି ଦାୟିତ୍ୱ: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ୪ ଜିଲ୍ଲାର ମିଶନ ଶକ୍ତି ମହିଳା

Advertisment
ଜାତୀୟ ପତାକା ପ୍ରସ୍ତୁତି ଦାୟିତ୍ୱ: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ୪ ଜିଲ୍ଲାର ମିଶନ ଶକ୍ତି ମହିଳା

ଭୁବନେଶ୍ବର: ଆଜି ସଂଧ୍ୟାରେ ନବୀନ ନିବାସଠାରେ ଢେଙ୍କାନାଳ, ମୟୁରଭଞ୍ଜ, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମହିଳାମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ । ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମହିଳାମାନେ ଜାତୀୟ ପତାକା ତିଆରି ଦାୟିତ୍ବ ପରି ଗୁରୁ ଦାୟିତ୍ୱକୁ ସୁନ୍ଦର ଭାବରେ ନିର୍ବାହ କରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମହିଳାମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିବା ସହ ଭଲକାମ ଜାରି ରଖିବାକୁ ପରାମର୍ଶ ଦେଇଥିଲେ ।

publive-image

ମହିଳାମାନେ ସେମାନଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ ଆସ୍ଥା ସେମାନଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କ ଜୀବନରେ ବହୁତ ବଡ ପରିବର୍ତ୍ତନ ଆଣିଛି ବୋଲି କହିଥିଲେ | ମହିଳାମାନେ ମିଶନ ଶକ୍ତି କାର୍ଯ୍ୟକ୍ରମ ଜରିଆରେ ସେମାନେ କିପରି ସଫଳ ହୋଇପାରିଛନ୍ତି ତାହା ବର୍ଣ୍ଣନା କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ। ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ବ ଦେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe