ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉ ୬ ଜିଲ୍ଲାର ମିସନ ଶକ୍ତି କର୍ମକର୍ତ୍ତା

ଭୁବନେଶ୍ବର : ୭୫ତମ ସ୍ବାଧୀନତା ଦିବସ ଉପଲକ୍ଷେ ଜାତୀୟ ପତାକା ତିଆରି ଦାୟିତ୍ବରେ ଥିବା କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା, ଅନୁଗୁଳ ଜିଲ୍ଲାର ମିସନ୍‌ ଶକ୍ତି ଗୋଷ୍ଠୀର କର୍ମକର୍ତ୍ତାମାନେ ସୋମବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟି କୃତଜ୍ଞତା ଜଣାଇଛନ୍ତି। ଜାତୀୟ ପତାକା ତିଆରି ଦାୟିତ୍ବ ପରି ଗୁରୁ ଦାୟିତ୍ବକୁ ସୁନ୍ଦର ଭାବେ ନିର୍ବାହ କରିଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ମିସନ ଶକ୍ତି କର୍ମକର୍ତ୍ତାମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରି କହିଥିଲେ ଯେ ଖୁବ କମ୍‌ ସମୟ ମଧ୍ୟରେ ଜାତୀୟ ପତାକା ପ୍ରସ୍ତୁତ କରିବା ଏକ ଗୁରୁ ଦାୟିତ୍ବ ହୋଇଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ଉପରେ ଭରସା ରଖି ଏ ଦାୟିତ୍ବ ଦେଇଥିଲେ। ଆପଣମାନେ ଏହାକୁ ସଫଳତାର ସହ ନିର୍ବାହ କରି ମୁଖ୍ୟମନ୍ତ୍ରୀଙ୍କ ଭରସାକୁ ସାକାର କରିପାରିଛନ୍ତି।

ଏହି ଅବସରରେ ମିସନ୍‌ ଶକ୍ତି କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ କହିଥିଲେ ଯେ ମହିଳାମାନଙ୍କ ବିକାଶ ଓ କଲ୍ୟାଣ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ସେମାନେ ଆଜି ବିଭିନ୍ନ କ୍ଷେତ୍ରରେ ସକ୍ଷମ ହୋଇପାରିଛନ୍ତି। ଏହି ଗୁରୁତ୍ବପୂର୍ଣ୍ଣ ଅବଦାନ ଯୋଗୁ ସେମାନେ ସବୁବେଳେ ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି ଓ ସବୁବେଳେ ରହିବେ।

ସମ୍ବନ୍ଧିତ ଖବର