ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ କରୋନା

ଭୁବନେଶ୍ୱର: ପୂର୍ବତନ ବିଧାୟକ ଅନୁପ ସାଏଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିବା ରାୟଗଡ ଜେଲର ଏନ କେ ଦେହରିଆ ସୂଚନା ଦେଇଛନ୍ତି । ଡବଲ ମର୍ଡର ମାମଲାରେ ଛତିଶଗଡର ରାୟଗଡ ଜେଲରେ ଥିବା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏ ଗତକାଲି ଗୁରୁତର ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କର ଛାତିରେ ଯନ୍ତ୍ରଣା ହେବାରୁ ଜେଲ କର୍ତ୍ତୃପକ୍ଷ ତୁରନ୍ତ ଅନୁପ ସାଏଙ୍କୁ ସରକାରୀ ହସ୍ପିଟାଲରେ ଭର୍ତ୍ତ କରିଥିଲେ । ତେବେ ସ୍ୱାସ୍ଥ୍ୟାବସ୍ଥା ଜଟିଳ ପରେ ରାୟଗଡ ସ୍ଥିତ ଫାର୍ଟିସ ହସ୍ପିଟାଲରେ ତାଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ଏହା ପରେ ତାଙ୍କର କୋଭିଡ ପରୀକ୍ଷା କରାଯାଇଥିଲା ।

ଆଜି ଅନୁପ ସାଏ କରୋନା ପଜିଟିଭ ଥିବା ଜେଲର ସୂଚନା ଦେଇଛନ୍ତି। ଗତ ଫେବୃୟାରୀ ୧୨ତାରିଖରେ ଏକ ଡବଲ ମର୍ଡର ମାମାଲାରେ ଛତିଶଗଡ ପୁଲିସ ତାଙ୍କୁ ଗିରଫ କରିଥିଲା। କଳ୍ପନା ଦାସ ଓ ତାଙ୍କ ଛୋଟ ଝିଅ ବବଲି ହତ୍ୟାକାଣ୍ଡ ଘଟଣାର ଅଢେଇ ବର୍ଷ ପରେ ପୁଲିସ ଅନୁପ ସାଏଙ୍କୁ ଏହି ହତ୍ୟାକାଣ୍ଡରେ ସଂପୃକ୍ତି ଅଭିଯୋଗରେ ଗିରଫ କରିଥିଲା।

ସମ୍ବନ୍ଧିତ ଖବର