ବାଲେଶ୍ୱର ସଦର ବିଧାୟକ ମଦନ ମୋହନ ଦତ୍ତଙ୍କ ପରଲୋକ

ବାଲେଶ୍ୱର: ଉତ୍ତର ଓଡ଼ିଶାର ଟାଣୁଆ ବିଜେପି ନେତା ତଥା ବାଲେଶ୍ୱର ସଦର ବିଧାୟକ ମଦନ ମୋହନ ଦତ୍ତଙ୍କର ପରଲୋକ ହୋଇଯାଇଛି | ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା | ତାଙ୍କର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଥିବାବେଳେ ଲିଭର ଜନିତ ରୋଗରେ ଆକ୍ରାନ୍ତ ହୋଇ କିଛି ମାସ ଧରି ଚିକିତ୍ସାଧୀନ ଥିଲେ |


୨୦୧୯ ସାଧାରଣ ନିର୍ବାଚନରେ ସେ ବାଲେଶ୍ୱର ସଦରରୁ ବିଧାୟକ ଭାବେ ବିଜେପି ଟିକଟରେ ନିର୍ବାଚିତ ହୋଇଥିଲେ | ଜଣେ ଲୋକପ୍ରିୟ ଓ ତୃଣମୂଳ ସ୍ତରର ନେତା ଭାବେ ବେଶ ପରିଚିତ ମଦନ ମୋହନଙ୍କ ପୂର୍ବରୁ ରେମୁଣା ବ୍ଲକ ଅଧ୍ୟକ୍ଷ ଓ ଜିଲ୍ଲା ପରିଷଦର ଉପସଭାପତି ଥିଲେ |

ଉତ୍ତର ଓଡ଼ିଶାର ଟାଣୁଆ ନେତା ଭାବେ ପରିଚିତ ଏହି ନେତାଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ବରିଷ୍ଠ ବିଜେପି ନେତା ରଘୁନାଥ ମହାନ୍ତି, ଜିଲ୍ଲା ସଭାପତି ଉମାକାନ୍ତ ମହାପାତ୍ର ଓ ବିଭିନ୍ନ ଦଳର ନେତୃବୃନ୍ଦମାନେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି |

ସମ୍ବନ୍ଧିତ ଖବର