ଏପ୍ରିଲ ୨୪ରେ ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ଜାମିନ ଶୁଣାଣି

କଟକ: ସିସୋର ଚିଟ୍‌ଫଣ୍ଡ ଠକେଇ ମାମଲାରେ ଗିରଫ ହୋଇଥିବା ଚୌଦ୍ୱାର-କଟକ ବିଧାୟକ ପ୍ରଭାତ ରଂଜନ ବିଶ୍ୱାଳଙ୍କ ନିୟମିତ ଜାମିନ ଆବେଦନର ପୂର୍ଣ୍ଣାଙ୍ଗ ଶୁଣାଣି ଏପ୍ରିଲ ୨୪ରେ ଅନୁଷ୍ଠିତ ହେବ। ଆଜି ଜଷ୍ଟିସ ବିଶ୍ୱନାଥ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରି ପରବର୍ତ୍ତୀ ଶୁଣାଣି ପୂର୍ବରୁ କେସ୍‌ ଡାଏରି ଦାଖଲ କରିବା ସହିତ ତଦନ୍ତର ସାନି ସ୍ଥିତି ନେଇ ଅବଗତ କରିବା ପାଇଁ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି। ଏଠାରେ ସୂଚନା ଯୋଗ୍ୟ ଯେ ସିସୋର ମାମଲାରେ ୨୦୧୭, ସେପ୍ଟେମ୍ବର ୧୯ରେ ଶ୍ରୀ ବିଶ୍ୱାଳଙ୍କୁ ସିବିଆଇ ଗିରଫ କରିଥିଲା। ପୂର୍ବରୁ ୨୦୧୭, ଡିସେମ୍ବର ୧ରେ ଜଷ୍ଟିସ ବିଶ୍ୱନାଥ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଶ୍ରୀ ବିଶ୍ୱାଳଙ୍କ ନିୟମିତ ଜାମିନ ଆବେଦନ ଖାରଜ କରିଥିଲେ। ଏହା ପରେ ସିବିିଆଇ ମାମଲାର ତାଙ୍କ ବିରୋଧରେ ଅଦାଲତରେ ଚାର୍ଜସିଟ ଦାଖଲ କରିଥିଲା। ଚାର୍ଜସିଟ ଦାଖଲ ପରେ ସେ ପୁଣି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।

ସମ୍ବନ୍ଧିତ ଖବର