ଜାମିନ ପାଇଁ ହାଇକୋର୍ଟରେ ବିଧାୟକ ପ୍ରଦୀପ

କଟକ : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ଟାଟା ମୋଟର୍ସରେ ଚାକିରି ନାଁରେ ଠକେଇ ମାମଲାରେ ଗିରଫ ହୋଇଥିବା ଶ୍ରୀ ପାଣିଗ୍ରାହୀଙ୍କ ଜାମିନ ଗତ ୭ ତାରିଖ ଦିନ ଭୁବନେଶ୍ବର ଅତିରିକ୍ତ ଦୌରା ଜଜ୍ ଅଦାଲତରେ ଖାରଜ ହେବା ପରେ ସେ ହାଇକୋର୍ଟରେ ଜାମିନ ଆବେଦନ ଦାୟର କରିଛନ୍ତି।

ସୂଚନାଯୋଗ୍ୟ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ପାଠକ ଗତ ନଭେମ୍ବର ୨୭ ତାରିଖରେ ଗିରଫ ହୋଇ ଜେଲ୍‌ ଯାଇଥିଲେ। ଏ ନେଇ କ୍ରାଇମବ୍ରାଞ୍ଚ୍‌ ତଦନ୍ତ କରିବା ସହିତ ଗତ ଡିସେମ୍ବର ୩ରେ ଶ୍ରୀ ପାଣିଗ୍ରାହୀଙ୍କୁ ଗିରଫ କରିଥିଲା।

ସମ୍ବନ୍ଧିତ ଖବର