ଭୁବନେଶ୍ୱର: ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି ଓ ଓଡ଼ିଶା କୃଷି ଶିଳ୍ପ ନିଗମର ଅଧ୍ୟକ୍ଷ ଦେବାଶିଷ ମହାନ୍ତି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ବିଧାୟକ ଶ୍ରୀ ମୁଦୁଲି ସାମାଜିକ ଗଣମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି କରୋନା ଲକ୍ଷଣ ଦେଖାଯିବା ପରେ ଗତକାଲି ମୁଁ କୋଭିଡ-୧୯ ପରୀକ୍ଷା କରାଇଥିଲି। ଏହାର ନମୁନା ପଜିଟିଭ ଆସିଛି। ଭଗବାନ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ବର୍ତ୍ତମାନ ମୁଁ ସୁସ୍ଥ ଥିବାରୁ ହୋମ୍‌ ଆଇସୋଲେସନରେ ଅଛି। ବିଗତ କିଛି ଦିନ ମଧ୍ୟରେ ମୋ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି, ଦୟାକରି ସେମାନେ ମଧ୍ୟ ନମୁନା ପରୀକ୍ଷା କରାଇ ନିଅନ୍ତୁ।

Advertisment

ସେହିପରି ଓଡ଼ିଶା କୃଷି ଶିଳ୍ପ ନିଗମର ଅଧ୍ୟକ୍ଷ ଦେବାଶିଷ ମହାନ୍ତି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସାମାଜିକ ଗଣମାଧ୍ୟମରେ ଶ୍ରୀ ମହାନ୍ତି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଁ ଆଜି କରୋନାରେ ଆକ୍ରାନ୍ତ ହୋଇଥିବା ଜାଣିବାକୁ ପାଇଛି। ମୁଁ ଏବେ ସୁସ୍ଥ ଅଛି। ଘରୋଇ ସଂଗରୋଧରେ ଅଛି। ଗତ କିଛିଦିନ ହେବ ମୋ ସହିତ ସଂପର୍କରେ ଆସିଥିବା ବନ୍ଧୁମାନଙ୍କୁ କରୋନା ପରୀକ୍ଷା କରାଇନେବା ପାଇଁ ଅନୁରୋଧ କରୁଛି।

publive-image

ସୂଚନାଯୋଗ୍ୟ, ରାଜ୍ୟର ବହୁ  ବିଧାୟକ କରୋନା ଆକ୍ରାନ୍ତ ହୋଇଛନ୍ତି। ନୀଳଗିରି ବିଧାୟକ ସୁକାନ୍ତ ନାୟକ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, ରେମୁଣା ବିଧାୟକ ସୁଧାଂଶୁ ପରିଡ଼ା, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ବଡ଼ମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ର, ଭୁବନେଶ୍ୱର (ଉତ୍ତର) ବିଧାୟକ ସୁଶାନ୍ତ ରାଉତ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ଓ ବରୀ ବିଧାୟିକା ସୁନନ୍ଦା ଦାସ ସଂକ୍ରମିତ ହୋଇଛନ୍ତି। ସେହିପରି ବରଗଡ଼ ସାଂସଦ ସୁରେଶ ପୂଜାରୀ ଓ  ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ।

ଏହା ପୂର୍ବରୁ ରାଜ୍ୟର ପ୍ରଥମ ମନ୍ତ୍ରୀ ଭାବେ ସୁଶାନ୍ତ ସିଂ ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ। ସେହିପରି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଓ ଗତକାଲି ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ସଂକ୍ରମିତ ହୋଇଥିବା ସୂଚନା ଦେଇଥିଲେ।