କେନ୍ଦ୍ରାପଡ଼ା ଓ ପାଟଣାଗଡ଼ ବିଧାୟକ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରା ଓ ପାଟଣଗଡ଼ ବିଧାୟକ ସରୋଜ ମେହେର କରୋନା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ବିଧାୟକ ଶ୍ରୀ ବେହେରା ଟୁଇଟ କରି ଏହି ସୂଚନା ଦେଇଛନ୍ତି ।

ସେହପରି ଶ୍ରୀ ମେହେର ଟୁଇଟ କରି ସୂଚନା ଦେଇଛନ୍ତି ଯେ, ମୁଁ ସୁସ୍ଥ ଅଛି ଏବଂ ଡାକ୍ତରଙ୍କ ପରାମର୍ଶ କ୍ରମେ ହୋମ ଆଇସୋଲେସନରେ ଅଛି । ବିଗତ କିଛି ଦିନ ମଧ୍ୟରେ ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି, ସ୍ୱାବ ନମୁନା ପରୀକ୍ଷା କରାଇ ନିଅନ୍ତୁ ।

 

ସୂଚନାଯୋଗ୍ୟ, ରାଜ୍ୟର ବହୁ  ବିଧାୟକ କରୋନା ଆକ୍ରାନ୍ତ ହୋଇଛନ୍ତି। ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, ଲକ୍ଷ୍ମୀପୁର ବିଧାୟକ ପ୍ରଭୁ ଜାନୀ, ନୀଳଗିରି ବିଧାୟକ ସୁକାନ୍ତ ନାୟକ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, ରେମୁଣା ବିଧାୟକ ସୁଧାଂଶୁ ପରିଡ଼ା, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ବଡ଼ମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ର, ଭୁବନେଶ୍ୱର (ଉତ୍ତର) ବିଧାୟକ ସୁଶାନ୍ତ ରାଉତ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ଓ ବରୀ ବିଧାୟିକା ସୁନନ୍ଦା ଦାସ ସଂକ୍ରମିତ ହୋଇଛନ୍ତି। ସେହିପରି ବରଗଡ଼ ସାଂସଦ ସୁରେଶ ପୂଜାରୀ ଓ  ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ।

ଏହା ପୂର୍ବରୁ ରାଜ୍ୟର ପ୍ରଥମ ମନ୍ତ୍ରୀ ଭାବେ ସୁଶାନ୍ତ ସିଂ ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ। ସେହିପରି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ରାଜ୍ୟ ଶିଶୁ ଓ ମହିଳା ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ, ଖାଦ୍ୟ ଯୋଗାଣ, ଉପଭୋକ୍ତା କଲ୍ୟାଣ ତଥା ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ସଂକ୍ରମିତ ହୋଇଥିବା ହୋଇଛନ୍ତି ।

ସମ୍ବନ୍ଧିତ ଖବର

Comments are closed.