ବିଧାୟକ ବିଜୟ ରଞ୍ଜନ ସିଂ ବରିହା ଅସୁସ୍ଥ

ସମ୍ବଲପୁର: ପୂର୍ବତନ ମନ୍ତ୍ରୀ ତଥା ପଦ୍ମପୁର ବିଧାୟକ ବିଜୟ ରଂଜନ ସିଂହ ବରିହା ଗୁରୁତର ଅସୁସ୍ଥ ହୋଇପଡ଼ିଛନ୍ତି। ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ସେ ଏବେ ଚିକିତ୍ସିତ ହେଉଛନ୍ତି। ସ୍ବାସ୍ଥ୍ୟାବସ୍ଥା ଜଟିଳ ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି।

କିଛିଦିନ ତଳେ ଅଚାନକ ସ୍ବାସ୍ଥ୍ୟବସ୍ଥା ବିଗିଡ଼ିଯିବାରୁ ତାଙ୍କୁ ଭୁବନେଶ୍ବରରେ ଉକ୍ତ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା। ସ୍ବାସ୍ଥ୍ୟାବସ୍ଥାରେ ଅବନତି ପରିଲକ୍ଷିତ ହେଉଥିବାରୁ ଉତ୍ତମ ଚିକିତ୍ସା ନିମନ୍ତେ ଅନ୍ୟ କ‌ୌଣସି ବଡ଼ ଡାକ୍ତରଖାନାକୁ ନେବା ପାଇଁ ଚିନ୍ତା କରାଯାଉଥିବା ବିଶ୍ବସ୍ତ ସୂତ୍ରରୁ ଜଣାପଡ଼ିଛି।

ସମ୍ବନ୍ଧିତ ଖବର