ଭୁବନେଶ୍ବର : ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ସାଧାରଣ ପରିଷଦ ବୈଠକ ଆଜି ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୈଠକରେ ଅଧ୍ୟକ୍ଷତା କରି କହିଲେ ଶିକ୍ଷା ଗୋଟିଏ ଜାତିର ଭାଗ୍ୟ ପରିବର୍ତ୍ତନ କରିଦେଇପାରେ। ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ଶିକ୍ଷକଙ୍କୁ ବିଭିନ୍ନ ବିଷୟଭିତ୍ତିକ ପ୍ରଶିକ୍ଷଣ ଦିଆଯିବାର ଆବଶ୍ୟକତା ରହିଛି। ସଙ୍ଗଠନର ଉପଦେଷ୍ଟା ଉପେନ୍ଦ୍ର ତ୍ରିପାଠୀ କହିଲେ, ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ କାର୍ଯ୍ୟକ୍ରମ ସମସ୍ତ ଆଦର୍ଶ ବିଦ୍ୟାଳୟରେ ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକାରୀ କରାଯିବା ଆବଶ୍ୟକ। ନିୟମିତ ଭାବେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବିଷୟଭତ୍ତିକ ତାଲିମ ଦେବାକୁ ବିଭାଗୀୟ ପ୍ରକଳ୍ପ ନିର୍ଦ୍ଦେଶକ ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ପରାମର୍ଶ ଦେଇଥିଲେ। ରାଜ୍ୟ ଉନ୍ନୟନ କମିସନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଯୋଗଦେଇ ସ୍ବେଚ୍ଛାସେବୀମାନଙ୍କ ଦ୍ୱାରା ପରିଚାଳିତ ବିଭିନ୍ନ ଅନୁଷ୍ଠାନ ସହାୟତାରେ ଆଦର୍ଶ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ବିକାଶ ନିମନ୍ତେ ଆବଶ୍ୟକ ତାଲିମ ପ୍ରଦାନ ବ୍ୟବସ୍ଥା କରିବା ଉଚିତ ବୋଲି ମତବ୍ୟକ୍ତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଗଣଶିକ୍ଷା ବିଭାଗ ସଚିବ ଏସ୍. ଆଶ୍ୱସ୍ଥୀ, ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ଶାହାଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।
ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ବୈଠକ
/sambad/media/post_attachments/wp-content/uploads/2022/08/school-1.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)