୪ଦିନ ପାଇଁ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ବର : ରାଜ୍ୟରେ ଧୀରେଧୀରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେଉଛି। ଏଣୁ ଗତକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ଆରମ୍ଭ ହୋଇଯାଇଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବର୍ଷା ଲାଗି ରହିବ। ଆଜି ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏଣୁ ଏସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରାଜ୍ୟ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ୩ ତାରିଖ ଦିନ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଜିଲ୍ଲାରେ ବର୍ଷା ହେବ। ୪ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଜିଲ୍ଲାରେ ବର୍ଷା ହେବ। ସେହିପରି ୫ ତାରିଖ ଦିନ ଭଦ୍ରକ, ବାଲେଶ୍ବର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼ା, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ ମଧ୍ୟ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବ। ଏଣୁ ଏହି ୩ ଦିନ ପାଇଁ ଏହି ସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ପାଗ ମେଘୁଆ ରହିବ ଓ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି।

ସମ୍ବନ୍ଧିତ ଖବର