ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା; ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦୁଝର ଆଦି ରହିଛି। ଏସବୁ ଜିଲ୍ଲାକୁ ସତର୍କ କରାଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଆସନ୍ତା ଅଗଷ୍ଟ ୮ରୁ ୯ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ମୟୁରଭଞ୍ଜ, କେନ୍ଦ୍ରାପଡ଼ା, କଳାହାଣ୍ଡି ଓ ବୌଦ୍ଧ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହିତ କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, କଟକ, କେନ୍ଦ୍ରାପଡ଼ା, ଯାଜପୁର ଓ ଭଦ୍ରକ ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି। ପ୍ରବଳ ବର୍ଷା ଓ ବଜ୍ରପାତ ଆଶଙ୍କା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Heavy rain likely in Odisha in next few days, fishermen asked not ...
India Today

ଅଗଷ୍ଟ ୯ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଏହାର ପ୍ରଭାବରେ ୯ରୁ ୧୦ ତାରିଖ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଦେଖି ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା ଓ ନବରଙ୍ଗପୁର ଆଦି ଜିଲ୍ଲାରେ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। କେବଳ ଏତିକି ନୁହେଁ, ଏହି ସମୟରେ ଦକ୍ଷିଣ ଓଡ଼ିଶାରେ ବି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସମ୍ବନ୍ଧିତ ଖବର