ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ନେଇ ଏହି ସବୁ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ
ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ବର୍ଷ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୋନପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ମୟୂରଭଞ୍ଜ ଓ ବାଲେଶ୍ୱର ଆଦି ଜିଲ୍ଲାକୁ ସତର୍କ କରିଛି। ଏଥିସହିତ ସୋମବାର ରାୟଗଡ଼ା, କୋରାପୁଟ, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ସୋନପୁର, କନ୍ଧମାଳ ଆଦି ଜିଲ୍ଲାରେ କାଳବୈଶାଖୀ ବର୍ଷା ଆଶଙ୍କା ରହିଛି। ଏହି ସବୁ ଜିଲ୍ଲା ବ୍ୟତୀତ ଅନ୍ୟ ସବୁ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଏଥିସହିତ ୪ଦିନ ଧରି ଅନେକ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷାର ସମ୍ଭାବନ ରହିଛି।
Sambad is now on WhatsApp
Join and get latest news updates delivered to you via WhatsApp
ସେହିପରି ଚଳିତବର୍ଷ ମୌସୁମୀ ମିଜାଜ ଭଲ ରହିବ ବୋଲି ସୋମବାର ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ। ଚଳିତ ବର୍ଷ ମୌସୁମୀ ବାୟୁ ପ୍ରଭାବ ସ୍ୱଭାବିକ ରହିବ। ମୌସୁମୀ ପ୍ରଭାବରେ ୯୬ ପ୍ରତିଶତ ବର୍ଷା ହେବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ରିପୋର୍ଟରୁ ସୂଚନା ମିଳିଛି।