୫ ତାରିଖ ଯାଏଁ କାଳବୈଶାଖୀ, ୩୦ରୁ ୪୦କିମି ବେଗରେ ବହିବ ପବନ

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୩ଟି ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ସହିତ ୩୦ରୁ ୪୦କିମି ବେଗରେ ପବନ ବହିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ମିଳିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ବୌଦ୍ଧ ଓ ବରଗଡ଼ ଆଦି ରହିଛି। ସେହିପରି ୩୧ରୁ ଜୁନ୍‌ ୧ ତାରିଖ ଭିତରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଦେଓଗଡ଼, ସମ୍ବଲପୁର, ବଲାଙ୍ଗୀର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା ଆଦି ଜିଲ୍ଲାରେ ହାଲକା ବର୍ଷା ହେବା ସହିତ ଅନ୍ୟ ସବୁ ସ୍ଥାନ ମୁଖ୍ୟତଃ ଶୁଖିଲା ରହିବ।

Evening Standard

ତେବେ ଜୁନ୍‌ ୧ରୁ ୨ ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ବଲାଙ୍ଗୀର, କେନ୍ଦୁଝର, ବାଲେଶ୍ୱର, ଢ଼େଙ୍କାନାଳ, ମୟୁରଭଞ୍ଜ, ଭଦ୍ରକ, ଯାଜପୁର, ଦେଓଗଡ଼, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଜପତି, ଅନୁଗୁଳ, କଟକ ଆଦି ଜିଲ୍ଲାରେ କାଳ ବୈଶାଖୀ ସମ୍ଭାବନା ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଶୁକ୍ରବାର ରେକର୍ଡ ଅନୁଯାୟୀ, ଟିଟଲାଗଡ଼ରେ ସର୍ବାଧିକ ତାପମାତ୍ର ୪୪.୦ ଡିଗ୍ରି ସେଲସିୟସ୍‌ ଥିବା ବେଳେ ମାଲକାନଗିରିରେ ୨୨ଡିଗ୍ରି ସର୍ବନିମ୍ନ ତାପମାତ୍ରା ରହିଛି।

ସମ୍ବନ୍ଧିତ ଖବର