Image Courtesy of India Today
ଭୁବନେଶ୍ବର : ବାତ୍ୟା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଲୋଚନା କରିଛନ୍ତି। ଏହି ବିପତ୍ତିକୁ ସାମ୍ନା କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସବୁ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ। ମୋଦୀ ଟ୍ବିଟ୍ କରି ଏ ସମ୍ପର୍କରେ ସୂଚନା ଦେବା ସହ ସମସ୍ତଙ୍କ ମଙ୍ଗଳ ଓ ସୁରକ୍ଷା ପାଇଁ ପ୍ରାର୍ଥନା କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ୍ କରି ବାତ୍ୟା ‘ଗୁଲାବ’ ଦ୍ବାରା ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଲୋକମାନଙ୍କୁ ପ୍ରଶାସନ ଦ୍ବାରା ଜାରି କରାଯାଇଥିବା ସତର୍କ ସୂଚନା ମାନିବାକୁ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଏହି ବିପତିକୁ ସାମ୍ନା କରିବା ପାଇଁ ସବୁପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିଶ୍ରୁତି ଦେଇଛନ୍ତି। ବାତ୍ୟା ପ୍ରଭାବରେ କାହାର କିଛି କ୍ଷତି ନ ହେଉ, ଏହା ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା।
Follow Us