ଟ୍ରେନ୍‌ ଦୁର୍ଘଟଣାସ୍ଥଳ ବୁଲି ଦେଖିବା ସମୟରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ କଥା ହେଲେ ମୋଦୀ

ଭୁବନେଶ୍ବର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁର୍ଘଟଣାସ୍ଥଳ ବୁଲି ଦେଖିବା ସମୟରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭିୟଙ୍କ ସହିତ ଫୋନ୍‌ରେ କଥା ହୋଇଥିଲେ। ଆହତମାନଙ୍କ ଠିକ୍‌ଭାବେ ଚିକିତ୍ସା କରିବା ସହ ସେମାନଙ୍କ ପରିବାରକୁ ସହାୟତା ପ୍ରଦାନ କରିବାକୁ ନିର୍ଦେଶ ଦେଇଥିଲେ। ପ୍ରଧାନମନ୍ତ୍ରୀଙ୍କ ନିର୍ଦେଶ ପରେ ଆଜି(ରବିବାର) ଶ୍ରୀ ମାଣ୍ଡଭିୟ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ ଭୁବନେଶ୍ବର ଏମ୍‌ସ ପରିଦର୍ଶନ କରିବେ ବୋଲି ସୂଚନା ମିଳିଛି।

ସମ୍ବନ୍ଧିତ ଖବର