ଭୁବନେଶ୍ବର: ଭାବୀ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନବୀନ ନିବାସ ଯିବେ ବୋଲି ସୂଚନା ମିଳିଛି। ଶପଥ ଗ୍ରହଣ ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ମୋହନ ମାଝୀ। ସୌଜନ୍ୟମୂଳକ ସାକ୍ଷାତ ପାଇଁ ମୋହନ ମାଝୀ ନବୀନ ନିବାସ ଯିବେ ବୋଲି ସୂଚନା ମିଳିଛି।
ଆଜି ଅପରାହ୍ନ ୪ଟା ୪୫ରେ ମୋହନ ମାଝୀ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କିଛି ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଏବଂ ହଜାର ହଜାର ଓଡ଼ିଶାବାସୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଭାବେ ସେ ଶପଥ ନେବେ। ଗତକାଲି ବିଜେପିର ତୁଙ୍ଗ ନେତା ନବୀନ ନିବାସ ଯାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶପଥଗ୍ରହଣ ଉତ୍ସବରେ ସାମିଲ ହେବାକୁ ନିମନ୍ତ୍ରଣ ଦେଇଥିଲେ।