Mohan targets Naveen: ନିର୍ବାଚନ ପ୍ରଚାର ସଭାରେ ନବୀନଙ୍କୁ ଟାର୍ଗେଟ କଲେ ମୋହନ: ପେଷିଲେ ପାଲଟା ‘ବେଇମାନ’ ବାଣ

କୋମନା ବ୍ଲକ୍‌ରେ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରୋଡ୍‌ ସୋ’ କରିବା ସହ ନିର୍ବାଚନୀ ସଭାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍‌ ଭିକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପ୍ରତିଆକ୍ରମଣ କରିଛନ୍ତି।

sfhfshsfxbvbvb

ନୂଆପଡ଼ା: କୋମନା ବ୍ଲକ୍‌ରେ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରୋଡ୍‌ ସୋ’ କରିବା ସହ ନିର୍ବାଚନୀ ସଭାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍‌ ଭିକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପ୍ରତିଆକ୍ରମଣ କରିଛନ୍ତି। କୋମନା ବ୍ଲକ୍‌ରେ ଆଜି ରୋଡ୍‌ ସୋ’ କରିବା ପରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କିଏ ବେଇମାନ ବୋଲି କହି ସିଧାସଳଖ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଜୟ ଢୋଲକିଆଙ୍କୁ ବେଇମାନ କହି ସମ୍ବୋଧନ କରିଥିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ବିରୋଧୀ ଦଳ ନେତା। ଏ ବେଇମାନର ସଂଜ୍ଞା କ’ଣ? ବେଇମାନ କାହାକୁ କୁହାଯାଏ? ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ବିରୋଧୀ ଦଳର ନେତା କୁଆଡ଼େ ବହୁତ ଶାଳୀନତା ରକ୍ଷା କରନ୍ତି। କେବେ ହେଲେ ତାଙ୍କ ମୁହଁରୁ ବେଇମାନ ଶବ୍ଦ ବାହାରେ ନାହିଁ। ତା’ ହେଲେ କୋମନାରେ ତାଙ୍କ ମୁହଁରୁ ବେଇମାନ ଶବ୍ଦ ବାହାରିଲା କିପରି? ମୋତେ ଲାଗୁଛି, ବୋଧହୁଏ ତାଙ୍କ ସ୍କ୍ରିପ୍ଟ ରାଇଟର୍‌ (ଭାଷଣ ଲେଖକ) ବେଇମାନର ସଂଜ୍ଞା କ’ଣ, ତାହା ବୁଝାଇ ନାହାନ୍ତି। ବିଜେପୁର ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀଙ୍କୁ ଆଣି ବିଜେଡି ପ୍ରାର୍ଥୀ କରିଥିଲା।

ସେତେବେଳେ ବିଜେଡି ବେଇମାନି କରିଥିଲା କି ନାହିଁ? କାକଟପୁରରେ ଯେତେବେଳେ ଆମେ ଜଣଙ୍କୁ ପ୍ରାର୍ଥୀ କରି ସାରିଥିଲୁ ସେତେବେଳେ ତାଙ୍କୁ ମନ୍ତ୍ରୀପଦର ଲୋଭ ଦେଖାଇ ଚୋରି କରିଥିଲା କିଏ? ବିଜେଡି ଏହାର ଜବାବ ଦେଉ। ସେହିପରି କଂଗ୍ରେସର ପୂର୍ବତନ ବିରୋଧୀ ଦଳ ନେତାଙ୍କୁ ଯେତେବେଳେ ବିଜେଡି ନେଇଯାଇଥିଲା, ସେତେବେଳେ ବେଇମାନି କରିଥିଲା କିଏ? ଜୟ ଢୋଲକିଆଙ୍କୁ ବିଜେଡି ସଭାପତି କହିବେ ବେଇମାନ? ଏହା କ’ଣ ବିରୋଧୀ ଦଳ ନେତାଙ୍କ ମୁହଁରେ ଶୋଭା ପାଏ? ବିଜୟ ମହାପାତ୍ରଙ୍କଠାରୁ ଆରମ୍ଭ କରି ନଳିନୀ ମହାନ୍ତିଙ୍କ ପର୍ଯ୍ୟନ୍ତ କାହାକୁ ସେ ଛାଡ଼ି ନାହାନ୍ତି। ଜଣେ ପରେ ଜଣେ ନେତାଙ୍କୁ ଧକ୍କା ମାରି ଦଳରୁ ବାହାର କରି ଦେଇଥିଲେ। ତା’ ହେଲେ କିଏ ବେଇମାନ? ତା’ର ଜବାବ ତାଙ୍କୁ ଦେବାକୁ ପଡ଼ିବ। ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡି ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରିଥିବା ବେଳେ ଏହାକୁ ନେଇ ମଧ୍ୟ ନବୀନ ଓ ବିଜେଡି ଉପରେ ବର୍ଷିଥିଲେ ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି ଯେ ଜିଲ୍ଲା ଭିତରେ କ’ଣ ବିଜେଡିକୁ ନେତା ମିଳିଲେନି। ଶେଷରେ ବରଗଡ଼ରୁ ଆଣି ଜଣଙ୍କୁ ପ୍ରାର୍ଥୀ କଲେ। ନୂଆପଡ଼ାକୁ ପ୍ରତିନିଧିତ୍ୱ କରିବା ପାଇଁ ଜୟ ଢୋଲକିଆ ହିଁ ଯୋଗ୍ୟ ପ୍ରାର୍ଥୀ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ତାଙ୍କୁ ବହୁମତରେ ଜିତାଇବାକୁ ଜନସାଧାରଣଙ୍କୁ ନିବେଦନ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe