Image Courtesy: News Nation
ଭୁବନେଶ୍ବର: ରାଜ୍ୟରେ ମଙ୍କିପକ୍ସ ସ୍ଥିତି ସଂପର୍କରେ ଆଜି ଅପରାହ୍ଣ ୪.୩୦ରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହେବ ବୋଲି ଜଣାଯାଇଛି। ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ।
ସୂଚନାଯୋଗ୍ୟ, କେନ୍ଦ୍ର ସରକାର ମଙ୍କିପକ୍ସ ରୋଗୀଙ୍କ ପାଇଁ ନିର୍ଦ୍ଦେଶାବଳି ଜାରି କରିଛନ୍ତି। ଦେଶରେ ଏଯାବତ ୪ଟି ମଙ୍କିପକ୍ସ ମାମଲା ଚିହ୍ନଟ ହୋଇଛି। ବିଶ୍ବବ୍ୟାପୀ ୧୬ ହଜାର ମଙ୍କିପକ୍ସ ମାମଲା ଚିହ୍ନଟ ହେବାପରେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ଏହାକୁ ବୈଶ୍ବିକ ସ୍ବାସ୍ଥ୍ୟ ସଙ୍କଟ ଘୋଷଣା କରିଛନ୍ତି। ତେବେ ଭାରତରେ ୪ଟି ମଙ୍କିପକ୍ସ ମାମଲା ଚିହ୍ନଟ ହେବାରୁ ସରକାର ଏହାର ନିୟନ୍ତ୍ରଣ ପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି। ମଙ୍କିପକ୍ସ ରୋଗୀ ଏବଂ ସେମାନଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନଙ୍କ ପାଇଁ ଆଜି ନିର୍ଦ୍ଦେଶାବଳି ଜାରି ହୋଇଛି। ମଙ୍କିପକ୍ସ ରୋଗୀଙ୍କ ପାଇଁ ସରକାର ଜାରି କରିଥିବା ନିର୍ଦ୍ଦେଶାବଳି ହେଉଛି।
Follow Us