ଭୁବନେଶ୍ବର : ଏବେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୁଣିଥରେ ସକ୍ରିୟ ହୋଇଛି। ଏହା ପ୍ରଭାବରେ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି। ଅଧିକାଂଶ ସ୍ଥାନରେ ଲଘୁଚାପ ଜନିତ ବର୍ଷା ହେବ। କିଛି କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ସେଗୁଡ଼ିକ ହେଲା: ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର ଓ ଦେବଗଡ଼। ଏହି ସବୁ ଜିଲ୍ଲା ପାଇଁ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
/sambad/media/post_attachments/wp-content/uploads/2022/06/rains-1.jpg)
ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କନ୍ଧମାଳ, ପୁରୀ, ଢେଙ୍କାନାଳ, ଅନୁଗୁଳ, କଳାହାଣ୍ଡି, ବୌଦ୍ଧ, ନବରଙ୍ଗପୁର ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି କେନ୍ଦ୍ର କହିଛି। ସେହିଭଳି ୫ ତାରିଖ ଦିନ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସୋନପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ବଲାଙ୍ଗୀର, କଳାହାଣ୍ଡି ଓ ଯାଜପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହିଭଳି ଭାବେ ଆସନ୍ତା ୮ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ।
ରବିବାର ଦିନ ରାଜଧାନୀ ଓ ଆଖପାଖ ଅଞ୍ଚଳର ପାଗ ମେଘୁଆ ରହିଥିଲା। ଆଜି((ସୋମବାର) ମଧ୍ୟ ଏଭଳି ପାଗ ରହିବ। ବର୍ଷା ହେବାର ସମ୍ଭାବନା ରହିଛି। ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରି ଓ ସର୍ବନିମ୍ନ ୨୫ଡିଗ୍ରି ମଧ୍ୟରେ ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି।