ଆଜି ଆଣ୍ଡାମାନ ଛୁଇଁଲା, ଜୁନ୍ ୧୫ ବେଳକୁ ଓଡ଼ିଶା ଛୁଇଁପାରେ ମୌସୁମୀ

Advertisment
ଆଜି ଆଣ୍ଡାମାନ ଛୁଇଁଲା, ଜୁନ୍ ୧୫ ବେଳକୁ ଓଡ଼ିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ବର: ଜୁନ୍ ୧୫ ବେଳକୁ ମୌସୁମୀ ଓଡ଼ିଶା ଛୁଇଁପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଆଣ୍ଡାମାନ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ।

ଆଞ୍ଚଳିକ  ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ୨୧ ତାରିଖ ଯାଏଁ ତାପମାତ୍ରା ସ୍ୱାଭାବିକଠୁ ୨ରୁ ୩ ଡିଗ୍ରି ଅଧିକ ରହିବ। ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ଅଧିକ ରହିବ। ଉପକୂଳରେ ଆର୍ଦ୍ରତା ଅଧିକ ଥିବାରୁ ଗୁଳୁଗୁଳି ହେବ। ଦକ୍ଷିଣ ଓ ଦକ୍ଷିଣ ଉପକୂଳର କିଛି ସ୍ଥାନରେ କାଳବୈଶାଖୀ ହୋଇପାରେ।

ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ୱୀପପୁଞ୍ଜ ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରକୁ ମୌସୁମୀ ବାୟୁ ଅଗ୍ରସର ହେବାକୁ ଏବେ ପାଗ ଅନୁକୂଳ ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗତବର୍ଷ ଏହି ସମୟରେ ଉପରୋକ୍ତ ଅଞ୍ଚଳକୁ ଦକ୍ଷିଣ ପଶ୍ଚିମ ମୌସୁମୀ ଅଗ୍ରସର ହୋଇଥିଲା। ତେବେ ୭ ଦିନ ବିଳମ୍ବରେ ଅର୍ଥାତ୍‌ ଜୁନ ୮ରେ ଭାରତର ମୁଖ୍ୟ ଭୂଖଣ୍ଡର କେରଳ ଉପକୂଳକୁ ପ୍ରବେଶ କରିଥିଲା। ଓଡ଼ିଶାକୁ ପାଖାପାଖି ୧୦ ଦିନ ବିଳମ୍ବରେ ଅର୍ଥାତ୍‌ ଜୁନ୍‌ ୨୨ ବେଳକୁ ପହଞ୍ଚିଥିଲା। ତେବେ ଏଥର ମୌସୁମୀ ସ୍ବାଭାବିକ ସମୟରେ ଭାରତ ଭୂଖଣ୍ଡ ସମେତ ଓଡ଼ିଶାକୁ ଛୁଇଁବା ନେଇ ପାଣିପାଗର ବିଭିନ୍ନ ମଡେଲ୍‌ ଆକଳନ କରିଛନ୍ତି। ସାଧାରଣତଃ ମୌସୁମୀ ଆଣ୍ଡାମାନ ସାଗରକୁ ପ୍ରବେଶ କରିବା ପରେ ଯଦି ବାତ୍ୟା କିମ୍ବା ଅବପାତ ପାଣିପାଗ ପ୍ରକ୍ରିୟା ସୃଷ୍ଟି ନ ହୁଏ, ତେବେ କେରଳ ତଥା ଓଡ଼ିଶାକୁ ସମୟ ପୂର୍ବରୁ ମୌସୁମୀ ଅଗ୍ରସର ହେବାର ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନପାରେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe