ମୌସୁମୀ ପ୍ରତ୍ୟାବର୍ତ୍ତନ ଜାରି

ଭୁବନେଶ୍ୱର : ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ ଜାରି ରହିଛି। ଶୁକ୍ରବାର ସୁଦ୍ଧା ଗୁଜରାଟ ଓ ରାଜସ୍ଥାନର ଅଧିକାଂଶ ଅଞ୍ଚଳ, ସମ୍ପୂର୍ଣ୍ଣ ପଞ୍ଜାବ, ହରିୟାଣା, ଛତିଶଗଡ଼, ଦିଲ୍ଲୀ, ଜାମ୍ମୁ ଓ କାଶ୍ମୀର, ଲଦାଖ, ହିମାଚଳପ୍ରଦେଶ, ଉତ୍ତରାଖଣ୍ଡ, ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶର କିଛି ଅଞ୍ଚଳରୁ ପ୍ରତ୍ୟାବର୍ତ୍ତନ କରିଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଗୁଜରାଟ, ମଧ୍ୟପ୍ରଦେଶ ଓ ଉତ୍ତରପ୍ରଦେଶରୁ ଏହା ପ୍ରତ୍ୟାବର୍ତ୍ତନ କରିବା ନେଇ ପାଗ ଅନୁକୂଳ ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦେଶକ ଏଚ୍‌.ଆର ବିଶ୍ବାସ କହିଛନ୍ତି।

ସେ ଆହୁରି କହିଛନ୍ତି ଯେ ୧୦ ତାରିଖରେ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଏବେ ବି ଜାରି ରହିଛି। ଯାହାକି ପରବର୍ତ୍ତୀ ସମୟରେ ଚିହ୍ନିତ ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବ କ’ଣ ରହିବ, ସେନେଇ ଏପର୍ଯ୍ୟନ୍ତ କୌଣସି ଆକଳନ କରାଯାଇ ପାରିନାହିଁ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ଶନିବାର ମାଲକାନଗିରି, କେରାପୁଟ, ରାୟଗଡ଼ା ଓ ଗଜପତିର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପା‌ତ, ଘଡ଼ଘଡ଼ି ସହ ବର୍ଷା ହେବ। ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରିରେ ୧୪, କଟକରେ ୫, ଗଜପତିର ଆର.ଉଦୟଗିରିରେ ୪ସେମି ଲେଖାଏଁ ବର୍ଷା ହୋଇଛି।

ସମ୍ବନ୍ଧିତ ଖବର