ଆସନ୍ତାକାଲିଠୁ ମୌସୁମୀ ଅଧିବେଶନ: ବିଧାନସଭା ପରିସରରେ ତ୍ରିସ୍ତରୀୟ ସୁରକ୍ଷା

ସୁରକ୍ଷା ଦାୟିତ୍ବରେ ୧୨୦ ଜଣ ଅଫିସର

ଭୁବନେଶ୍ବର: ଆସନ୍ତାକାଲି ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେଉଛି। ଏଥର ଅଧିବେଶନ ବେଶ୍ ସରଗରମ ହେବା ସମ୍ଭାବନା ରହିଛି। ଅଧିବେଶନରେ ନୂଆ ନୂଆ ପ୍ରସଙ୍ଗ ଉଠିପାରେ। ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ବିରୋଧୀ ପ୍ରସ୍ତୁତ ହେଉଛନ୍ତି । ସେହିପରି ବିରୋଧୀଙ୍କୁ ଜବାବ ଦେବା ପାଇଁ ସରକାର ମଧ୍ୟ ପ୍ରସ୍ତୁତ ହେଉଛନ୍ତି । ଅଧିବେଶନ ପୂର୍ବରୁ ଆଜି ବିଜେପି, କଂଗ୍ରେସ ଓ ବିଜେଡି ବିଧାୟକ ଦଳର ବୈଠକ ବସିବ।
ଏଥିରେ ରଣନୀତି ପ୍ରସ୍ତୁତ କରିବେ ସମସ୍ତ ରାଜନୈତିକ ଦଳ। ତେବେ ଏହା ପୂର୍ବରୁ ବିଧାନସଭା ପରିସରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏଥିପାଇଁ ୩୦ ପ୍ଲାଟୁନ ପୁଲିସ ଫୋର୍ସ ସହ ୧୨୦ ଜଣ ଅଫିସରଙ୍କୁ ମୁତୟନ କରାଯାଇଛି। ନିଜେ ପୁଲିସ କମିସନର ପହଞ୍ଚି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି। ପୁଲିସ ଡିଜି ମଧ୍ୟ ବିଧାନସଭାରେ ପହଞ୍ଚି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିବା କାର୍ଯ୍ୟକ୍ରମ ରହିଛି।

ସମ୍ବନ୍ଧିତ ଖବର