ଆସନ୍ତା ୨-୩ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ : ଆଇଏମଡି

ଭୁବନେଶ୍ବର:  ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆଜି ଏ ସମ୍ପର୍କରେ ସ୍ପଷ୍ଟ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ।

ଆଜି ଭୁବନେଶ୍ବର ସ୍ଥିତି ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନରେ କୁହାଯ଼ାଇଛି ଯେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଜି ମହାରାଷ୍ଟ୍ରର ଆଲିବାଗ, ପୁନେ ଆଦି ସ୍ଥାନରେ ପହଞ୍ଚିଛି । ସେହିପରି ଦକ୍ଷିଣପୂର୍ବ ଭାରତରେ ଏହା ଆନ୍ଧ୍ରପ୍ରଦେଶର ଆଉ କିଛି ଅଂଚଳ ଯ଼େପରିକି ଶ୍ରୀହରିକୋଟା, ରେଣ୍ଟାଚିନ୍ତଲାକୁ ଛୁଇଁଛି । ଆଗାମୀ ୨ରୁ ୩ ଦିନ ମଧ୍ୟରେ ଓଡ଼ିଶାର କେତେକ ଅଂଚଳକୁ ଛୁଇଁବାର ସମ୍ଭାବନା ରହିଛି ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।

ଆସନ୍ତା ୧୧ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଓ ଆଖପାଖ ଅଂଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶା ସମେତ ସମଗ୍ର ପୂର୍ବଭାରତରେ ଠିକ ସମୟରେ ମୌସୁମୀ ସକ୍ରିୟ ହୋଇ ପ୍ରବଳ ବର୍ଷା କରାଇବ । ଏହି ଲଘୁଚାପ ପ୍ରଭାବରେ ୧୦ ତାରିଖଠାରୁ ଆରମ୍ଭ କରି ଜୁନ ୧୫ ପର୍ୟ୍ୟନ୍ତ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସମ୍ବନ୍ଧିତ ଖବର