ରାଜ୍ୟରେ ମୌସୁମୀ ହେଲା ସକ୍ରିୟ; ଝାରସୁଗୁଡା ଏବଂ ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଉପକୂଳ ଏବଂ ତତ୍‌୍‌ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପର ପ୍ରଭାବ ଏବେ ଆଉ ଓଡ଼ିଶା ଉପରେ ବେଶି ଦେଖାଦେବ ନାହିଁ। ସଂପ୍ରତି ଲଘୁଚାପଟି ଛତିଶଗଡ଼ ଆଡ଼କୁ ମୁହାଁଇଥିବାରୁ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ କମିଯିବ।
ଅନ୍ୟପକ୍ଷରେ ଲଘୁଚାପଟି ଏବେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ପଡ଼ୋଶୀ ଉତ୍ତର ଛତିଶଗଡ଼ ଉପରେ ରହିଛି। ଏହା ସମୁଦ୍ର ପତ୍ତନ ଠାରୁ ୫.୮ କିଲୋମିଟର ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତାରିତ ହୋଇଛି। ଏହା ଆଗାମୀ ୨ ଦିନ ମଧ୍ୟରେ ପଶ୍ଚିମ- ଉତ୍ତର- ପଶ୍ଚିମ ଦିଗକୁ ଗତି କରିବ। ଏବଂ ପୁନର୍ବାର ଉତ୍ତର- ପଶ୍ଚିମ ଦିଗରୁ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ଏହାର ପ୍ରଭାବରେ ରାଜ୍ୟରେ ଦୁର୍ବଳ ରହିଥିବା ମୌସୁମୀକୁ ଏବେ ସକ୍ରିୟ ହୋଇଯାଇ ଥିବାରୁ ଆସନ୍ତା ୨/୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ମୁତାବକ, ମୌସୁମୀ ଟ୍ରଫ୍‌ ଲାଇନ୍‌ ଏବେ ଅଜମେର୍‌, ଜବଲପୁର, ଚମ୍ପାରଣ ଦେଇ ପୂର୍ବ-ଦକ୍ଷିଣପୂର୍ବ ଦିଗକୁ ଗତି କରୁଛି। ଫଳରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ବିଶେଷକରି ପଶ୍ଚିମ ଓଡ଼ିଶାର ଝାରସୁଗୁଡା ଏବଂ ସୁନ୍ଦରଗଡ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ଦୁଇଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସମ୍ବନ୍ଧିତ ଖବର