୩୭ହଜାରରୁ ଅଧିକ ବର୍ଷାଜଳ ଅମଳ ପ୍ରକଳ୍ପର ହେବ ରକ୍ଷଣାବେକ୍ଷଣ

Advertisment
୩୭ହଜାରରୁ ଅଧିକ ବର୍ଷାଜଳ ଅମଳ ପ୍ରକଳ୍ପର ହେବ ରକ୍ଷଣାବେକ୍ଷଣ

ଭୁବନେଶ୍ୱର : ରାଜ୍ୟର ୧୧୧ଟି ପୌରସଂସ୍ଥାରେ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ (ମୁକ୍ତା) ଯୋଜନାରେ ନିର୍ମାଣ ହୋଇଥିବା ୩୭ହଜାରରୁ ଅଧିକ ବର୍ଷାଜଳ ଅମଳ ପ୍ରକଳ୍ପର ରକ୍ଷଣାବେକ୍ଷଣ ପାଇଁ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳ, ମହାନଗର ନିଗମର କମିସନର ଓ ପୌରସଂସ୍ଥାର କାର୍ଯ୍ୟନିର୍ବାହୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଆଜି ଏନେଇ ରାଜ୍ୟ ପୌର ନିର୍ଦ୍ଦେଶକ ସଂଗ୍ରାମଜିତ୍‍ ନାୟକ ଚିଠି ଲେଖିଛନ୍ତି ଯେ ୨୦୨୧ ଓ ୨୦୨୨ ରେ ରାଜ୍ୟର ୧୧୧ଟି ପୌରସଂସ୍ଥାରେ ମୁକ୍ତା ଯୋଜନାରେ ୩୭,୨୪୨ଟି ବର୍ଷା ଜଳ ଅମଳ ପ୍ରକଳ୍ପ ନିର୍ମାଣ ହୋଇଥିଲା। କ୍ୟାଚ୍‍ ଦି ରେନ୍‍ ଅଭିଯାନରେ ନିର୍ମାଣ ହୋଇଥିବା ଏହି ପ୍ରକଳ୍ପ ଗୁଡ଼ିକର ରକ୍ଷଣା ବେକ୍ଷଣ କରାଯିବ। ବର୍ଷାଜଳ ଅମଳ ଜରିଆରେ ଭୂତଳ ଜଳ ରିଚାର୍ଜ ପାଇଁ ଏହି ପ୍ରକଳ୍ପ ବେଶ୍‍ ଉପଯୋଗୀ ହୋଇଥିବାବେଳେ ଏହାର ରକ୍ଷଣାବେକ୍ଷଣ ପାଇଁ ବିଭାଗ ଯୋଜନା ପ୍ରସ୍ତୁତ କରିଛି।

ଏହି ରକ୍ଷଣା ବେକ୍ଷଣ କାର୍ଯ୍ୟରେ ମିସନ ଶକ୍ତି ଗୋଷ୍ଠୀ, ବସ୍ତି ବିକାଶ ସଂଗଠନକୁ ନିୟୋଜିତ କରିବାକୁ ମୁକ୍ତାର ରାଜ୍ୟ ନୋଡାଲ ଅଧିକାରୀ ତଥା ସୁଡାର ନିର୍ଦ୍ଦେଶକ ସାରଦା ପ୍ରସାଦ ପଣ୍ଡା ସମସ୍ତ ନିର୍ବାହୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜନସ୍ୱାସ୍ଥ୍ୟ ବିଭାଗ ଓ ୱାଟ୍‍କୋ ପକ୍ଷରୁ ମଧ୍ୟ ମିସନ ଶକ୍ତି ଗୋଷ୍ଠୀକୁ ଏଥିପାଇଁ ନିୟୋଜିତ କରିପାରିବେ। ରକ୍ଷଣାବେକ୍ଷଣ କାର୍ଯ୍ୟରେ ନିୟୋଜିତ ମିସନଶକ୍ତି ଓ ଅନ୍ୟ ସଂସ୍ଥାଗୁଡ଼ିକୁ ସେମାନଙ୍କର ପାଉଣା ୭ଦିନ ମଧ୍ୟରେ ପ୍ରଦାନ କରିବାକୁ ଶ୍ରୀ ପଣ୍ଡା କହିଛନ୍ତି। ରକ୍ଷଣାବେକ୍ଷଣ କାର୍ଯ୍ୟ କିଭଳି ହେବ ତାହାର ସମ୍ପୃକ୍ତ ସୂଚନା ସଂଗ୍ରହ ପାଇଁ ଏକ ଫର୍ମାଟ ପ୍ରସ୍ତୁତ ହେବ। କ୍ଷେତ୍ରସ୍ତରରୁ ଏହି ଫର୍ମାଟରେ ତଥ୍ୟ ସଂଗ୍ରହ କରାଯିବ । ବର୍ଷାଜଳ ଅମଳ ପ୍ରକଳ୍ପର ରକ୍ଷଣା ବେକ୍ଷଣ ପାଇଁ ଆବଶ୍ୟକ ଅର୍ଥ ଅର୍ଥ କମିସନଙ୍କ ଅନୁଦାନ ପାଣ୍ଠିରୁ ଯୋଗାଇ ଦିଆଯିବ ବୋଲି କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe