ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଚଳିତ ଏପ୍ରିଲ ୧୭ ତାରିଖ ଠାରୁ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖ୍ ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟ, ବେସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିବ ।

Advertisment

ସ୍ଥଳ ବିଶେଷରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖୁ ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ବିଦ୍ୟାଳୟଗୁଡ଼ିକରେ ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ ଓ ଆବଶ୍ୟକ ପଡ଼ିଲେ ବିଦ୍ୟାଳୟଗୁଡ଼ିକର ଛୁଟି ଘୋଷଣା କରିପାରିବେ। ପୁନଶ୍ଚ, ବିଦ୍ୟାଳୟଗୁଡ଼ିକରେ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରାଇବା ନିମନ୍ତେ ସମସ୍ତ ବିଦ୍ୟାଳୟ କର୍ତ୍ତୃପକ୍ଷ ଯତ୍ନବାନ ହେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ଗ୍ରୀଷ୍ମ ଲହରିକୁ ଦୃଷ୍ଟି ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସ୍କୁଲ ଓ ଅଙ୍ଗନବାଡ଼ିକୁ ଏପ୍ରିଲ ୧୬ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଥିଲେ। ଏବେ ପାଣିପାଗ ବିଭାଗ ପକ୍ଷରୁ ପାଗରେ ପରିବର୍ତ୍ତନ ନେଇ ସୂଚନା ମିଳିବା ପରେ ସରକାର ଏପ୍ରିଲ ୧୭ ତାରିଖ ଠାରୁ ସ୍କୁଲଗୁଡ଼ିକ ପୁଣି ଥରେ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି।