ବିଧାନସଭାରେ ପାରିତ ହେଲା ମ୍ୟୁନିସିପାଲ ଆଇନ୍‌ ସଂଶୋଧନ ବିଲ୍‌, ପୌର ନିର୍ବାଚନ ପାଇଁ ଫିଟିଲା ବାଟ

Advertisment
ବିଧାନସଭାରେ ପାରିତ ହେଲା ମ୍ୟୁନିସିପାଲ ଆଇନ୍‌ ସଂଶୋଧନ ବିଲ୍‌, ପୌର ନିର୍ବାଚନ ପାଇଁ ଫିଟିଲା ବାଟ

ଭୁବନେଶ୍ୱର: ରାଜ୍ୟରେ ପୌର ନିର୍ବାଚନ ନେଇ ବାଟ ଫିଟିଛି। ବିଧାନସଭାରେ  ଆଜି ମ୍ୟୁନିସିପାଲ ଆଇନ ସଂଶୋଧନ ବିଲ୍‌ ୨୦୨୧ ପାରିତ ହେବା ପରେ ଏଇ ବାଟ ଫିଟିଛି। ବିଲ ଅନୁଯାୟୀ ଓଡ଼ିଶା ପୌର ବିଧି ସଂଶୋଧନ ବିଧେୟକରେ ଅନୁସୂଚିତ ଜାତି ଓ ଜନଜାତି ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବ। ଅର୍ଥାତ ସଂରକ୍ଷଣ ବ୍ୟବସ୍ଥା ୫୦ ପ୍ରତିଶତ ଅତିକ୍ରମ କରିବ ନାହିଁ। ପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ ଭିତରେ ସଂରକ୍ଷଣ ବ୍ୟବ୍ୟସ୍ଥା ରହିବ। ଏହି ସଂଶୋଧିତ ଆଇନ ଅନୁସାରେ ପ୍ରଥମେ ଅନୁସୂଚିତ ଜାତି ଓ ଜନଜାତିଙ୍କୁ ଆବଶ୍ୟକ ସଂଖ୍ୟକ ଆସନ ସଂରକ୍ଷଣ ଦେବା ପରେ ଅବଶିଷ୍ଟ  ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ରଖାଯିବ, ଯାହାକି ୨୭ ପ୍ରତିଶତରୁ ଅଧିକ ହେବନାହିଁ।

ଏହା ପୂର୍ବରୁ ଆଜି ଗୃହରେ ଓଡିଶା ପଞ୍ଚାୟତ ଆଇନ ସଂଶୋଧନ ବିଲ୍‌ ୨୦୨୧ ଆଗତ ହୋଇଛି। ଓଡିଶା ଗ୍ରାମ ପଞ୍ଚାୟତ ବିଧେୟକ ଅନୁସାରେ ଅନୁସୂଚିତ ଜାତି ଓ ଜନଜାତି ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦% ଭିତରେ ରହିବ। ଅର୍ଥାତ ସଂରକ୍ଷଣ ବ୍ୟବସ୍ଥା ୫୦ ପ୍ରତିଶତ ଅତିକ୍ରମ କରିବ ନାହିଁ। ପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ ଭିତରେ ସଂରକ୍ଷଣ ବ୍ୟବସ୍ଥା ରହିବ।

ପଛୁଆ ବର୍ଗଙ୍କ ସଂରକ୍ଷଣ ବ୍ୟବସ୍ଥାରେ ଯାହା ଲାଗୁ ହେବ ତାହା ପ୍ରାଧିକୃତ ଅଧିକାରୀ ତାହାକୁ କାର୍ଯ୍ୟକାରୀ କରିବେ। ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାରେ ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ଆବଶ୍ୟକ ସଂଖ୍ୟକ ଆସନ ସଂରକ୍ଷଣ ହେବା ପରେ ଅବଶିଷ୍ଟ ଆସନଗୁଡିକ ପଛୁଆ ବର୍ଗଙ୍କ ଲାଗି ସଂରକ୍ଷଣ କରାଯିବ। କିନ୍ତୁ ତାହା ୨୭ ପ୍ରତିଶତ ଭିତରେ ରହିବା ଉଚିତ। ଯେଉଁଠି ପେଶା ଆଇନ କାର୍ଯ୍ୟକାରୀ ହେଉଛି ଅଥବା ସିଡ୍ୟୁଲ ଏରିଆରେ ୫୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗୁ ହେବ ନାହିଁ। ଏହି ବିଲ୍‌ ବିଧାନସଭାରେ ପାରିତ ହେଲେ ପଞ୍ଚାୟତ ନିର୍ବାଚନ ପାଇଁ ବାଟ ଫିଟିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe