ଜମିଜମା ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ, ଟାଙ୍ଗିଆରେ ହାଣି ଯୁବକଙ୍କୁ ହତ୍ୟା

Advertisment
ଜମିଜମା ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ, ଟାଙ୍ଗିଆରେ ହାଣି ଯୁବକଙ୍କୁ ହତ୍ୟା

ଆନନ୍ଦପୁର: କେନ୍ଦୁଝର ଜିଲ୍ଲାର ଆନନ୍ଦପୁର ବ୍ଲକରେ ଜଣେ ଯୁବକକୁ ଟାଙ୍ଗିଆରେ ହାଣି  ହତ୍ୟା କରାଯାଇଥିବାର ଅଭିଯୋଗ ହୋଇଛି। ଜମିଜମା ବିବାଦକୁ ନେଇ ଏଭଳି ହତ୍ୟାକାଣ୍ଡ ଘଟିଥିବାର ସୂଚନା ମିଳିଛି।
ପ୍ରାପ୍ତ ସୂଚନା ଅନୁଯାୟୀ, ଆନନ୍ଦପୁର ବ୍ଲକର ପଣସଡିହା ପଞ୍ଚାୟତ ଅନ୍ତର୍ଗତ ସିକାବେଡ଼ା ଗାଁରେ ଗତକାଲି ବିଳମ୍ବିତ ରାତିରେ ଜମିଜମା ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ଗୋଟିଏ ପରିବାରର ୫ ସଦସ୍ୟଙ୍କ ଆକ୍ରମଣରେ ଅନ୍ୟ ପରିବାରର ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ମୃତକଙ୍କ ନାମ ଡୁବୁରା ପୂର୍ତି। ତାଙ୍କର ବୟସ ୩୫ ବର୍ଷ ଓ ସେ ବିବାହିତ। ତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଥିବାର ଅଭିଯୋଗ ହୋଇଛି।

ଏହି ଘଟଣା ଏବେ ସେହି ଅଞ୍ଚଳରେ ଚର୍ଚାର ବିଷୟ ହୋଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିଥିବାର ସୂଚନା ମିଳିଛି। ଶବ ବ୍ୟବଚ୍ଛେଦ ଲାଗି ଆନନ୍ଦପୁର ଡାକ୍ତରଖାନାକୁ ପଠାଇଛି ପୁଲିସ। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe