ବସ୍ତା: ବାଲେଶ୍ବର ଜିଲ୍ଲା ବସ୍ତା ଅଞ୍ଚଳରେ ଚାଞ୍ଚଲ୍ୟ। ବସ୍ତା ଥାନା ଛାନୁଆଁ ଗାଁ ସ୍କୁଲ୍ ନିକଟରୁ ନିକଟରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ଆଜି ସକାଳେ ଏହି ମୃତଦେହ ପଡ଼ିଥିବାର ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ଏହାପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ଡାକ୍ତରଖାନାକୁ ପଠାଇଛି।
ଏଣେ ଉକ୍ତ ଯୁବକକୁ ହତ୍ୟା କରାଯାଇଥିବା ସନ୍ଦେହ ଉପୁଜିଛି। ମୃତ ଯୁବକ ଜଗତସିଂହପୁର ଜିଲ୍ଲାର ବୋଲି ସୂଚନା ରହିଛି। ସେ ମୋବାଇଲ୍ ଟାୱାର କାମ କରୁଥିଲେ। ପରକୀୟା ପ୍ରୀତିରୁ ଏହି ହତ୍ୟାକାଣ୍ଡ ଘଟିଥିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/02/basta.jpg)