ବିଲମଝିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

Advertisment
ଅଲ୍ଲିପୁର ରେଳ ଫାଟକ ନିକଟରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

ସୋର: ବାଲେଶ୍ବର ଜିଲ୍ଲା ସୋର ଥାନା ମଧୁସୂଦନପୁର ପଞ୍ଚାୟତ ଖଜୁରିଡିହା ଗ୍ରାମରେ ଜଣେ ଯୁବକଙ୍କ ମୃତଦେହ ବିଲମଝିରୁ ଠାବ କରାଯାଇଛି। ତେବେ ତାଙ୍କୁ ହତ୍ୟା କରାଯାଇଥିବାର ସନ୍ଦେହ କରାଯାଉଛି। ମୃତକ ଧୀରଜ ଜେନା ବୋଲି ଜଣାଯାଇଛି।

ସୂଚନା ଅନୁଯାୟୀ, ବିହାର ଅଞ୍ଚଳର  ଧୀରଜ ଜେନା (୩୨) ଏହି ଗ୍ରାମରେ ତାଙ୍କ ଶଶୁର ପ୍ରଭାକର ଜେନାଙ୍କ ଘରେ ଦୀର୍ଘ ବର୍ଷ ଧରି ରହି ଆସୁଥିଲେ। ଗତକାଲି ସନ୍ଧ୍ୟାରେ ସେ ଘରୁ ବାହାରକୁ ଯାଇଥିଲେ। ବିଳମ୍ବିତ ରାତ୍ରି ଯାଏଁ ଘରକୁ ନଫେରିବାରୁ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କୁ ପାଇନଥିଲେ। ଆଜି ସକାଳେ ସ୍ଥାନୀୟ ଲୋକେ ଧୀରଜଙ୍କୁ ବିଲମଝିରେ ପଡ଼ିଥିବାର ଦେଖି ପୁଲିସ ଓ ପରିବାର ଲୋକଙ୍କୁ ଖବର ଦେଇଥିଲେ।

ସୋର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହିତ ଘଟଣାର ତଦନ୍ତ କରିଥିବା ଜଣାପଡ଼ିଛି। ତେବେ ଧୀରଜଙ୍କ ମୁହଁରୁ ରକ୍ତ ବାହାରୁଥିବା ହେତୁ ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe