ଅନ୍ତର୍ଜାତୀୟ ହକି ତାରକା ବୀରେନ୍ଦ୍ର ଲାକ୍ରାଙ୍କ ନାଁରେ ହତ୍ୟା ଅଭିଯୋଗ

Advertisment
ଅନ୍ତର୍ଜାତୀୟ ହକି ତାରକା ବୀରେନ୍ଦ୍ର ଲାକ୍ରାଙ୍କ ନାଁରେ ହତ୍ୟା ଅଭିଯୋଗ

ରାଉରକେଲା: ଅନ୍ତର୍ଜାତୀୟ ହକି ତାରକା ବୀରେନ୍ଦ୍ର ଲାକ୍ରା ଓ ତାଙ୍କ ବାନ୍ଧବୀ ମାନଜିତ ଟେଟେଙ୍କ ନାଁରେ ହତ୍ୟା ଅଭିଯୋଗ ଆଣିଛନ୍ତି ମୃତକ ଆନନ୍ଦ ଟପ୍ପୋ (୨୮) ପରିବାର ଲୋକ। ଏକ ସାମ୍ବାଦିକ ସମ୍ମିଳନୀରେ ମୃତକଙ୍କ ବାପା ବନ୍ଧନ ଟପ୍ପୋ, ମା ଆଶ୍ରିତା ଟପ୍ପୋ, ଦାଦା ଜିନ୍ଦା ଟପ୍ପୋ ଓ ଡାଲୁ ଟପ୍ପୋ ଅଭଯୋଗ କରିଛନ୍ତି।

publive-image
ଗତ ଫେବୃଆରୀ ୨୮ ତାରିଖ ଦିନ ପ୍ରାୟ ୧୨ଟା୍ରେ ଭୁବନେଶ୍ୱର ଇନଫୋସିଟି ଥାନା ଅନ୍ତର୍ଗତ ଇନ୍ଫୋସିଟିର ଆୟୁଷ ରେଡିୟମ ଫ୍ଲାଟ୍ ନମ୍ବର ୪୦୧ରେ ବେକରେ ଶାଢ଼ି ଦେଇ ଆନନ୍ଦ ଆତ୍ମହତ୍ୟା କରିଥିବା ବୀରେନ୍ଦ୍ର ମୃତକଙ୍କ ବାପାଙ୍କୁ ଫୋନ ମାଧ୍ୟମରେ ସୂଚନା ଦେଇଥିଲେ। ମୃତକଙ୍କ ବେକରେ ୨ଟି ଦାଗ ରହିଥିଲା। ୧୦ ଦିନ ପୂର୍ବରୁ ଆନନ୍ଦ ବିବାହ କରିଥିଲେ। ପ୍ରକାଶଥାଉକି, ହକିତାରକ ବୀରେନ୍ଦ୍ର ଲାକ୍ରା ଓ ଆନନ୍ଦ ପିଲାଦିନର ସାଙ୍ଗ ଥିଲେ। ଏମିତିକି ବୀରେନ୍ଦ୍ରଙ୍କୁ ମୃତକଙ୍କ ପରିବାରବର୍ଗ ପୁଅ ଭଳି ଦେଖୁଥିଲେ। ବୀରେନ୍ଦ୍ରଙ୍କ ବିବାହ ସମୟରେ ମଧ୍ୟ ମୃତକଙ୍କ ବାପା ମା ସମସ୍ତ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।

publive-image
ଗତ ନଭେମ୍ବର ମାସରେ ବୀରେନ୍ଦ୍ର ମୃତକଙ୍କ ଘରେ ପହଞ୍ଚି ତା ବାପାଙ୍କୁ କହିଥିଲେ,"ଆନନ୍ଦ ଏମିତି କଣ ହେଉଛି। ତାକୁ ମନା କର। ଏ ବିଷୟରେ କିନ୍ତୁ ବୀରେନ୍ଦ୍ର ଆଉ କିଛି ଅଭିଯୋଗ କରିନଥିଲେ। ଏମିତିକି ମୃତ୍ୟୁ ଦିନ ବୀରେନ୍ଦ୍ର ଘଟଣାସ୍ଥଳକୁ ନେଇକି ଗଲେନି। ଯେତେ ଅନୁରୋଧ କଲେ ବି ସେ ବାହାନା କରିବା ସହ ଇନଫୋସିଟି ଥାନାକୁ ଡାକିଥିଲେ। ମୃତକ ଆନନ୍ଦ ଓ ବୀରେନ୍ଦ୍ରଙ୍କ ସହ ରହୁଥିବା କୁତ୍ରା ବ୍ଲକ ଅନ୍ତର୍ଗତ ସମଲେଇମୁଣ୍ଡାର ମୂଳ ନିବାସୀ ମନଜିତ ଏକାସାଙ୍ଗରେ ପାଠ ପଢିଥିଲେ ଓ ଭଲ ବନ୍ଧୁ ଥିଲେ। ମୃତ୍ୟୁ ଦିନ ଉକ୍ତ ଫ୍ଲାଟରେ କେବଳ ବୀରେନ୍ଦ୍ର ଓ ମନଜିତ ଉପସ୍ଥିତ ଥିଲେ। ଭୁବନେଶ୍ୱର ପୁଲିସ ସହାୟତା କରୁନଥିବା ଅଭିଯୋଗ ହୋଇଛି। ଏଣୁ ସିବିଆଇ ତଦନ୍ତ ଦାବି କରିଛନ୍ତି। ଏନେଇ ଫୋନ ଯୋଗେ ବୀରେନ୍ଦ୍ରଙ୍କୁ ବାରମ୍ବାର ଯୋଗାଯୋଗ କରାଯାଇଥିଲା। ତେବେ ସେ ଫୋନ ନ ଉଠାଇବାରୁ ତାଙ୍କର ପ୍ରତିକ୍ରିୟା ମିଳିପାରିନାହିଁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe