ନବ ଦାସଙ୍କୁ ହତ୍ୟା ଘଟଣା: ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ମାମଲା

Advertisment

ପୂର୍ବତନ ମନ୍ତ୍ରୀ ନବକିଶୋର ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ପ୍ରସଙ୍ଗ ନେଇ ଦାୟର ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି। ନବ ଦାସଙ୍କୁ ଗୁଳି ମାରି ହତ୍ୟା କରାଯିବା ଘଟଣା ସଂପର୍କିତ ଫୌଜଦାରୀ ମାମଲା...

ପୂର୍ବତନ ମନ୍ତ୍ରୀ ନବକିଶୋର ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ପ୍ରସଙ୍ଗ ନେଇ ଦାୟର ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି। ନବ ଦାସଙ୍କୁ ଗୁଳି ମାରି ହତ୍ୟା କରାଯିବା ଘଟଣା ସଂପର୍କିତ ଫୌଜଦାରୀ ମାମଲା...

ଗିରଫ ସମ୍ବଲପୁରର ସହକାରୀ ଯନ୍ତ୍ରୀ ଓ ସହଯୋଗୀଙ୍କୁ ଆଜି କୋର୍ଟଚାଲାଣ କରିବ ସିବିଆଇ

କଟକ: ପୂର୍ବତନ ମନ୍ତ୍ରୀ ନବକିଶୋର ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ପ୍ରସଙ୍ଗ ନେଇ ଦାୟର ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି। ନବ ଦାସଙ୍କୁ ଗୁଳି ମାରି ହତ୍ୟା କରାଯିବା ଘଟଣା ସଂପର୍କିତ ଫୌଜଦାରୀ ମାମଲା ଏବଂ ତଦନ୍ତର ସ୍ଥିତି ବାବଦରେ ଅବଗତ କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ଅରିନ୍ଦମ ସିହ୍ନା ଓ  ଜଷ୍ଟିସ ମୃଗାଙ୍କ ଶେଖର ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠ ସାମାଜିକ କର୍ମୀ ପିନାକପାଣି ମହାନ୍ତିଙ୍କ ଆବେଦନ ଉପରେ ଶୁଣାଣି କରି ଏହି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଫେବ୍ରୁଆରି ୧୯ରେ ହେବ।

ଆବେଦନକାରୀଙ୍କ ତରଫରୁ ଦାୟର ମାମଲରେ ଦର୍ଶାଯାଇଛି ଯେ ଓଡ଼ିଶାରେ ଜଣେ କ୍ୟାବିନେଟ୍‌ ମନ୍ତ୍ରୀଙ୍କୁ ସ୍ପଷ୍ଟଦିବାଲୋକରେ ହତ୍ୟା କରାଗଲା। ନବ ଦାସଙ୍କୁ କଣ ପାଇଁ ଓ କେଉଁ ପରିସ୍ଥିତିରେ ହତ୍ୟା କରାଯାଇଥିଲା ତାହାର ଉତ୍ତର କ୍ରାଇମବ୍ରାଞ୍ଚ ତଦନ୍ତରୁ ମିଳିଲା ନାହିଁ। ହତ୍ୟା ଘଟଣାର ସିବିଆଇ ତଦନ୍ତ କରାଗଲେ ସତ ପଦାକୁ ଆସିବ। ତେଣୁ ଏହି ଘଟଣାର ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଉ। ଏଥିସହିତ ୨୦୧୪ ନିର୍ବାଚନ ବେଳେ ବିଜେଡି ବ୍ୟାଙ୍କ ଖାତାକୁ କୋଟି କୋଟି ଟଙ୍କା ସନ୍ଦିଗ୍ଧ ପାଣ୍ଠିରୁ ଆସିଥିଲା। ବିଭିନ୍ନ ଚିଟ୍‌ଫଣ୍ଡ୍‌ ସ୍କାମ୍‌ରେ ବିଜେଡି ସଭାପତି ଓ ଅନ୍ୟ ନେତାଙ୍କ ଭୂମିକା ମଧ୍ୟ ଯାଞ୍ଚ କରାଯିବା ଉଚିତ। ଏହି ଦୁଇ ଘଟଣାର ସିବିଆଇ ତଦନ୍ତ ପାଇଁ ଆବେଦନରେ ପ୍ରାର୍ଥନା କରାଯାଇଛି। ଏଥିସହିତ ପରୀ ଦୁଷ୍କର୍ମ ଓ ହତ୍ୟା, ମମିତା ମେହେର ଓ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚର ପୂର୍ବତନ ଜଣେ ଆଇପିଏସ୍‌ ଅଧିକାରୀ ଦାଖଲ କରିଥିବା ରିପୋର୍ଟର ସିବିଆଇ ଯାଞ୍ଚ କରିବା ଆବଶ୍ୟକ। ଏହି ସବୁ ରିପୋର୍ଟକୁ ନେଇ ସନ୍ଦେହ ରହିଛି ବୋଲି ଆବେଦନକାରୀଙ୍କ ତରଫରୁ ଦର୍ଶାଯାଇଛି। ମାମଲାରେ କେନ୍ଦ୍ର, ରାଜ୍ୟ ସରକାର, ପୁଲିସ ଡିଜି, ସିବିଆଇ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ, ସିବିଆଇ ଓ ଅନ୍ୟମାନଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ସତ୍ୟଜିତ ମୁଖାର୍ଜୀ ମାମଲା ପରିଚାଳନା କରୁଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe