ଚଳିତ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି: ସ୍ନାତକ ପାଠ୍ୟକ୍ରମ ୪ବର୍ଷ

Advertisment

ରାଜ୍ୟରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ୨୦୨୪-୨୫ ଶିକ୍ଷା ବର୍ଷରୁ ଜାତୀୟ ଶିକ୍ଷା ନୀତି-୨୦୨୦ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ରାଜ୍ୟରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ୨୦୨୪-୨୫ ଶିକ୍ଷା ବର୍ଷରୁ ଜାତୀୟ ଶିକ୍ଷା ନୀତି-୨୦୨୦ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।

CM Mohan Charan Majhi | Suryabanshi Suraj

ଭୁବନେଶ୍ବର: ରାଜ୍ୟରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ୨୦୨୪-୨୫ ଶିକ୍ଷା ବର୍ଷରୁ ଜାତୀୟ ଶିକ୍ଷା ନୀତି-୨୦୨୦ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଓ ଅନୁବନ୍ଧିତ ମହାବିଦ୍ୟାଳୟଗୁଡ଼ିକରେ ଏହି ନୂତନ ଶିକ୍ଷାନୀତି ପ୍ରବର୍ତ୍ତନ ପାଇଁ ଅନୁମୋଦନ ମିଳିଛି। ଏହି ପଦକ୍ଷେପ ରାଜ୍ୟର ଶିକ୍ଷା ପ୍ରଣାଳୀରେ ଅନେକ ପରିବର୍ତ୍ତନ ଆଣିବାକୁ ଉଦ୍ଦିଷ୍ଟ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।

ନୂତନ ଶିକ୍ଷା ନୀତି ୨୦୨୦ ଅନୁସାରେ, ରାଜ୍ୟରେ ୪ବର୍ଷର ସ୍ନାତକ ପାଠ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି। ଯେଉଁଥିରେ ପ୍ରତ୍ୟେକ ବର୍ଷ ପରେ ଯୋଗ୍ୟ ଛାତ୍ରମାନଙ୍କୁ ସାର୍ଟିଫିକେଟ୍, ଡିପ୍ଲୋମା, ଡିଗ୍ରି ଓ ଡିଗ୍ରି ଅନର୍ସ ପ୍ରଦାନ କରାଯିବ। ୟୁଜିସି ଦ୍ୱାରା ପ୍ରଦତ୍ତ କ୍ରେଡିଟ୍‌ ଫ୍ରେମ୍‌ୱର୍କ ଆଧାରରେ ରାଜ୍ୟସ୍ତରୀୟ କ୍ରେଡିଟ୍ ଫ୍ରେମ୍‌ୱର୍କ ପ୍ରସ୍ତୁତ ହୋଇଛି। ଏଥିରେ ଦକ୍ଷତା ବିକାଶ ଓ ଇଣ୍ଟର୍ଣ୍ଣସିପ୍‌ ପାଇଁ ସୁଯୋଗ ପ୍ରଦାନ ସହିତ ଉପଯୁକ୍ତ କ୍ରେଡିଟ ପ୍ରଦାନ କରାଯାଇଛି। କମ୍ୟୁନିଟି ସର୍ଭିସ୍ ଓ ପାଠପଢ଼ା ବାହାର କାର୍ଯ୍ୟକ୍ରମ ଏନ୍‌ସିସି, ଏନ୍‌ଏସ୍‌ଏସ୍‌ ଇତ୍ୟାଦି ପାଇଁ ମଧ୍ୟ କ୍ରେଡିଟ ପ୍ରଦାନ କରାଯିବ। ଏହାଦ୍ବାରା ଛାତ୍ରଛାତ୍ରୀମାନେ ନିଜ ଇଚ୍ଛାରେ ତାଙ୍କର ବିଷୟଗୁଡ଼ିକ ଚୟନ କରି ଏକାଧିକ ଥର ପାଇଁ ଉଚ୍ଚ ଶିକ୍ଷା ଅନୁଷ୍ଠାନମାନଙ୍କରେ ପ୍ରବେଶ ଓ ପ୍ରସ୍ଥାନ ସହିତ ୭ ବର୍ଷ ଭିତରେ ତାଙ୍କର ଡିଗ୍ରି ପାଠ୍ୟକ୍ରମକୁ ପୂର୍ଣ୍ଣ କରିପାରିବେ। 

ସରକାରୀ ବିଶ୍ବବିଦ୍ୟାଳୟ, ଅନୁବନ୍ଧିତ ମହାବିଦ୍ୟାଳୟ ପାଇଁ ଅନୁମୋଦନ
ନୂଆ ଶିକ୍ଷାନୀତିରେ ଗବେଷଣା ଓ ପ୍ରାକ୍ଟିକାଲ୍‌କୁ ଗୁରୁତ୍ବ

ନୂତନ ଶିକ୍ଷା ନୀତି ଅନୁସାରେ, ଓଡ଼ିଶାରେ ଉଚ୍ଚ ଶିକ୍ଷା ବ୍ୟବସ୍ଥାକୁ ଅଧିକ ଗୁଣାତ୍ମକ, ସ୍ୱାୟତ୍ତ ଓ ସମାବେଶୀ କରିବାକୁ ପଦକ୍ଷେପ ନିଆଯାଉଛି। ଏଥିରେ ଭିନ୍ନ ଯୋଜନାମାନଙ୍କ ମାଧ୍ୟମରେ ଅନୁସନ୍ଧାନ ଓ ନୂତନତାକୁ ବଢ଼ାଇବା, ପ୍ରାକ୍ଟିକାଲ୍ ଆଧାରିତ ଶିକ୍ଷା ଓ ଶିଳ୍ପ ସହିତ ଇଣ୍ଟର୍ଣ୍ଣସିପ୍‌ ଆଦି ଦ୍ୱାରା ନିପୁଣତା ବଢ଼ାଇବା ଲକ୍ଷ୍ୟ ରହିଛି। ପାଠ୍ୟକ୍ରମକୁ ଅଧିକ ରୋଜଗାର ଭିତ୍ତିକ ଓ ଶିଳ୍ପ ଆବଶ୍ୟକତା ଅନୁଯାୟୀ କରାଯିବ। ଏଥିପାଇଁ ବର୍ତ୍ତମାନ ୪୦ଟି ସ୍ନାତକ ମୂଳ ବିଷୟ ପାଇଁ ବିସ୍ତୃତ ମଡେଲ୍‌ ସିଲାବସ୍ ସହିତ ୨ଟି ଦକ୍ଷତା ବୃଦ୍ଧି ପାଠ୍ୟକ୍ରମ, ୧୧୨ଟି ବହୁମୁଖୀ ପାଠ୍ୟକ୍ରମ, ୧୪ଟି ଧନ୍ଦା ମୂଳକ ପାଠ୍ୟକ୍ରମ, ୫୬ଟି ମୂଲ୍ୟ ଯୁକ୍ତ ପାଠ୍ୟକ୍ରମ ଓ ୮୪ଟି ଦକ୍ଷତା ବୃଦ୍ଧି ପାଠ୍ୟକ୍ରମକୁ ଅନୁମୋଦନ କରାଯାଇଛି। ଏହାଦ୍ୱାରା ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟଗୁଡ଼ିକ ନୂତନ ସିଲାବସ୍‌ ଓ କ୍ରେଡିଟ୍‌ ଫ୍ରେମ୍‌ୱର୍କ ଅନୁଯାୟୀ ଜାତୀୟ ଶିକ୍ଷାନୀତି ଲାଗୁ କରିପାରିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe