କଟକ : ହାଇକୋର୍ଟରେ ଶନିବାର ଦିନ ଅନୁଷ୍ଠିତ ରାଷ୍ଟ୍ରୀୟ ଲୋକ ଅଦାଲତରେ ୬୧ଟି ମାମଲାର ଆପୋସ ବୁଝାମଣାରେ ଫଏସଲା କରାଯାଇଛି। ଓଡିଶା ରାଜ୍ୟ ଆଇନସେବା ପ୍ରାଧିକରଣର ମୁଖ୍ୟ ପୃଷ୍ଠପୋଷକ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ୍‌ ଏସ.ମୁରଲୀଧର, ପ୍ରାଧିକରଣର କାର୍ଯ୍ୟନିର୍ବାହୀ ଅଧୢକ୍ଷ ଜଷ୍ଟିସ ଶୁଭାଶିଷ ତାଳପତ୍ର ଓ ହାଇକୋର୍ଟ ଆଇନସେବା କମିଟି ଅଧ୍ୟକ୍ଷ ଡକ୍ଟର ଜଷ୍ଟିସ ବିଦ୍ୟୁତ ରଂଜନ ଷଡଙ୍ଗୀଙ୍କ ମାର୍ଗଦର୍ଶନରେ ଏହି ଲୋକ ଅଦାଲତ ଅନୁଷ୍ଠିତ ହୋଇଛି।

Advertisment

ଜଷ୍ଟିସ୍ ସଙ୍ଗମ କୁମାର ସାହୁ, ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର, ଜଷ୍ଟିସ ବି.ପି.ଶତପଥୀ, ଜଷ୍ଟିସ ଏମ.ଏସ. ରମଣ, ଜଷ୍ଟିସ ଏସ.କେ.ମିଶ୍ର ଅନୁଷ୍ଠିତ ରାଷ୍ଟ୍ରୀୟ ଲୋକ ଅଦାଲତରେ ମାମଲା ଗୁଡିକର ଫଏସଲା କରିଥିଲେ। ଏଥି ମଧୢରେ ବୀମା କ୍ଷତିପୂରଣ, ଏନ.ଆଇ.ଆକ୍ଟର ଧାରା ୧୩୮ ମାମଲା, ବିଦ୍ୟୁତ, ବ୍ୟାଙ୍କ ଋଣ, ପାରିବାରିକ ମାମଲା ଅନ୍ତର୍ଭୁକ୍ତ। ଏହି ଲୋକ ଅଦାଲତରେ ସାଧାରଣ ବୀମା କମ୍ପାନି ମଧୢରୁ ନ୍ୟାସନାଲ ଇନସ୍ୟୁରାନ୍ସ, ନ୍ୟୁ ଇଣ୍ତିଆ ଅାସ୍ୟୁରାନ୍ସ, ଓରିଏଣ୍ଟାଲ ଇନସ୍ୟୁରାନ୍ସ, ୟୁନାଇଟେଡ୍‌ ଇଣ୍ତିଆ ଇନସ୍ୟୁରାନ୍ସ କମ୍ପାନି ଓ କେତେକ ଘରୋଇ ବୀମା କମ୍ପାନି ଅ˚ଶ ଗ୍ରହଣ କରିଥିଲେ। କ୍ଷତିପୂରଣ ବାବଦରେ ୩ କୋଟି ୫୧ ଲକ୍ଷ ୩୯ ହଜାର ଟଙ୍କା ପ୍ରଦାନ ପାଇଁ ଆଜି ଅନୁଷ୍ଠିତ ଲୋକ ଅଦାଲତରେ ନିର୍ଦ୍ଦେଶ ଦିଆଯାଇଛି ବୋଲି ସୂଚନା ମିଳିଛି।