ହାଇକୋର୍ଟରେ ରାଷ୍ଟ୍ରୀୟ ଲୋକ ଅଦାଲତ

Advertisment

୭୦ ମାମଲା ଫଏସଲା, ୪ କୋଟି ୫୪ ଲକ୍ଷ ୬୭ ହଜାର ଟଙ୍କା କ୍ଷତିପୂରଣ ପ୍ରଦାନ ନିର୍ଦ୍ଦେଶ

୭୦ ମାମଲା ଫଏସଲା, ୪ କୋଟି ୫୪ ଲକ୍ଷ ୬୭ ହଜାର ଟଙ୍କା କ୍ଷତିପୂରଣ ପ୍ରଦାନ ନିର୍ଦ୍ଦେଶ

କନଷ୍ଟେବଳ ପଦରେ ଗୃହରକ୍ଷୀଙ୍କ ନିଯୁକ୍ତି ପ୍ରସଂଗ: କଟ୍-ଅଫ୍ ମାର୍କ ବ୍ୟବସ୍ଥାକୁ ବିରୋଧ, ହାଇକୋର୍ଟଙ୍କ ଜବାବ ତଲବ

Live Law

କଟକ : ହାଇକୋର୍ଟରେ ଆଜି ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଛି। ଓଡିଶା ରାଜ୍ୟ ଆଇନସେବା ପ୍ରାଧିକରଣର ମୁଖ୍ୟ ପୃଷ୍ଠପୋଷକ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ୍‌ ଏସ.ମୁରଲୀଧର, ପ୍ରାଧିକରଣର କାର୍ଯ୍ୟନିର୍ବାହୀ ଅଧୢକ୍ଷ ଜଷ୍ଟିସ ଯଶୱନ୍ତ ସିଂହ ଓ ହାଇକୋର୍ଟ ଆଇନସେବା କମିଟି ଅଧ୍ୟକ୍ଷ ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କ ମାର୍ଗଦର୍ଶନରେ ଏହି ଲୋକ ଅଦାଲତ ଅନୁଷ୍ଠିତ ହୋଇଛି। ହାଇକୋର୍ଟ ଆଇନସେବା କମିଟି ଆନୁକୂଲ୍ୟରେ ହାଇବ୍ରିଡ୍ ମୋଡ୍‌ରେ ଅନୁଷ୍ଠିତ ଏହି ଲୋକ ଅଦାଲତରେ ୭୦ଟି ମାମଲାର ଆପୋସ ବୁଝାମଣାରେ ଫଏସଲା କରାଯାଇଛି।

ଜଷ୍ଟିସ୍ ସଙ୍ଗମ କୁମାର ସାହୁ, ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ମୃଗାଙ୍କ ଶେଖର ସାହୁ, ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର, ଜଷ୍ଟିସ ଭି.ନରସିଂହ ଓ ଜଷ୍ଟିସ ବି.ପି.ଶତପଥୀ ଅନୁଷ୍ଠିତ ରାଷ୍ଟ୍ରୀୟ ଲୋକ ଅଦାଲତରେ ମାମଲା ଗୁଡିକର ଫଏସଲା କରିଥିଲେ। ଏହି ଲୋକ ଅଦାଲତରେ ସାଧାରଣ ବୀମା କମ୍ପାନି ମଧୢରୁ ନ୍ୟାସନାଲ ଇନସ୍ୟୁରାନ୍ସ, ନ୍ୟୁ ଇଣ୍ତିଆ ଅାସ୍ୟୁରାନ୍ସ, ଓରିଏଣ୍ଟାଲ ଇନସ୍ୟୁରାନ୍ସ, ୟୁନାଇଟେଡ୍‌ ଇଣ୍ତିଆ ଇନସ୍ୟୁରାନ୍ସ କମ୍ପାନି ଓ କେତେକ ଘରୋଇ ବୀମା କମ୍ପାନି ଅ˚ଶଗ୍ରହଣ କରିଥିଲେ। କ୍ଷତିପୂରଣ ବାବଦରେ ୪ କୋଟି ୫୪ ଲକ୍ଷ ୬୭ ହଜାର ଟଙ୍କା ପ୍ରଦାନ ପାଇଁ ଆଜି ଅନୁଷ୍ଠିତ ଲୋକ ଅଦାଲତରେ ନିର୍ଦ୍ଦେଶ ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe