ନବୀନ @ ୭୫ : ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଟ୍ବିଟ୍‌ କରି ମଙ୍ଗଳ କାମନା କଲେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଓ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : କରୋନା ମହାମାରୀ ପାଇଁ ଆଜି ଜନ୍ମଦିନ ପାଳନ କଲେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କିନ୍ତୁ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କିୟା ନାଇଡ଼ୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟେଲିଫୋନ ଯୋଗେ କଥା ହୋଇ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଦୀର୍ଘ ଜୀବନ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ମଧ୍ୟ ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେହିପରି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, କେନ୍ଦ୍ର ପେଟ୍ରୋଲିୟମ୍‌ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟ୍ବିଟ୍‌ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇ ନିରାମୟ ଜୀବନ କାମନା କରିଛନ୍ତି।

ସମ୍ବନ୍ଧିତ ଖବର