ଭୁବନେଶ୍ୱର : ସାଧାରଣତନ୍ତ୍ର ଦିବସ ଅବସରରେ ଜାତୀୟ ସାହସିକତା ପୁରସ୍କାରରେ ସମ୍ମାନିତ ହେଉଥିବା ଓଡ଼ିଆ ପିଲାଙ୍କୁ ରାଜ୍ୟ ସରକାର ଏକ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଦେବେ। ଚଳିତ ବର୍ଷ ଠାରୁ ଏହି ପୁରସ୍କାର ଆରମ୍ଭ କରାଯିବ। ଚଳିତ ବର୍ଷ ଜାତୀୟ ସାହସିକତା ପୁରସ୍କାର ପାଇଥିବା ମମତା ଦଳାଇ ଓ ପଙ୍କଜ ମହାନ୍ତଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଚିବାଳୟରେ ସମ୍ବର୍ଦ୍ଧିତ କରିବା ଅବସରରେ ଏହି ଘୋଷଣା କରିଛନ୍ତି। ଉଭୟଙ୍କୁ ରୂପାର ବୋଇତ ଓ ଫୁଲତୋଡ଼ା ଦେଇ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗର ଶାସନ ସଚିବ, ବିଭାଗୀୟ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ।
ପ୍ରତିବର୍ଷ ସାହସୀ ପିଲାଙ୍କୁ ଏକ ଲକ୍ଷ ଟଙ୍କା ପୁରସ୍କାର
ପଙ୍କଜ, ମମତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା
/sambad/media/post_attachments/wp-content/uploads/2018/01/cm.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)