ନୂଆ ଓଡ଼ିଶା ଗଠନର ସ୍ବପ୍ନ ଦେଖାଇଲେ ନବୀନ

Advertisment

ସାଧାରଣତନ୍ତ୍ର ଦିବସ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭିଡ଼ିଓ ବାର୍ତ୍ତା ଜାରି, ସମୃଦ୍ଧ, ସଶକ୍ତ, ସ୍ବାଭିମାନୀ ରାଜ୍ୟ ଗଠନ କଥା କହିଲେ

ସାଧାରଣତନ୍ତ୍ର ଦିବସ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭିଡ଼ିଓ ବାର୍ତ୍ତା ଜାରି, ସମୃଦ୍ଧ, ସଶକ୍ତ, ସ୍ବାଭିମାନୀ ରାଜ୍ୟ ଗଠନ କଥା କହିଲେ

ମୁକ୍ତା ଯୋଜନାରେ ୩୭ଟି ପୌରସଂସ୍ଥା ପାଇଁ ୪୨୩.୮୭ କୋଟି ମଞ୍ଜୁର

ଭୁବନେଶ୍ବର: ସାଧାରଣତନ୍ତ୍ର ଦିବସରେ ଆଜି ମୁଖ୍ୟମନ୍ତ୍ରୀ ରାଜ୍ୟ ଉଦ୍ଦେଶ୍ୟରେ ବାର୍ତ୍ତା ରଖି ନୂଆ ଓଡ଼ିଶାର ଗଠନ ସଂପର୍କରେ ସୂଚନା ଦେବା ସହିତ ରାଜ୍ୟବାସୀଙ୍କ ସହଯୋଗ ଲୋଡ଼ିଛନ୍ତି। କେବଳ ସେତିକି ନୁହେଁ, ଏକଥା ବି କହିଛନ୍ତି ଯେ ଏକ ସମୃଦ୍ଧ, ସଶକ୍ତ ଓ ସ୍ବାଭିମାନୀ ଓଡିଶା ନିର୍ମାଣ ପାଇଁ ସରକାର ଦୃଢ ପ୍ରତିବଦ୍ଧତାର ସହ ଆଗକୁ ବଢୁଛନ୍ତି। କଠିନ ପରିଶ୍ରମ, ଗଭୀର ନିଷ୍ଠା ଓ ସହଯୋଗ ରାଜ୍ୟକୁ ଏହି ଲକ୍ଷ୍ୟ ସ୍ଥଳରେ ନିଶ୍ଚିତ ପହଞ୍ଚାଇବ।

ଏକ ଭିଡ଼ିଓ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ କହିଛନ୍ତି , ଓଡିଶା ଆଜି ଦେଶର ବିକାଶ ମାନଚିତ୍ରରେ ନିଜର ସ୍ଥିତି ମଜବୁତ କରିପାରିଛି। କୃଷି, ଶିଳ୍ପ ଓ ଭିତ୍ତିଭୂମି ପରି ଅର୍ଥନୀତିର ଗୁରୁତ୍ବପୂର୍ଣ୍ଣ କ୍ଷେତ୍ରରେ ଓଡିଶା ଦୃଶ୍ୟମାନ ଉନ୍ନତି କରିପାରିଛି। ରାଜ୍ୟରେ ଜଳସେଚନ କ୍ଷମତା ବଢିଛି। କୃଷି ଉତ୍ପାଦନ ବି। ଚାଷୀର ରୋଜଗାର ମଧ୍ୟ ବଢିଛି। ରାଜ୍ୟକୁ ନୂଆ ନୂଆ ପୁଞ୍ଜି ଆସିଛି। ଭିତ୍ତିଭୂମିର ବିକାଶ ଅର୍ଥନୀତିକୁ ଚଳଚଞ୍ଚଳ କରିବାକୁ ସୁଯୋଗ ସୃଷ୍ଟି କରିଛି। ସେହିଭଳି ବିଭିନ୍ନ କଲ୍ୟାଣ ଯୋଜନା କାର୍ଯ୍ୟକାରୀ କରିବାରେ ଓଡିଶାର ସ୍ଥାନ ସାରା ଦେଶରେ ସ୍ବତନ୍ତ୍ର । ଖାଦ୍ୟ ସୁରକ୍ଷା ଠାରୁ ଆରମ୍ଭ କରି ସାମାଜିକ ସୁରକ୍ଷା ପର୍ଯ୍ୟନ୍ତ ସବୁ କଲ୍ୟାଣ କାର୍ଯ୍ୟକ୍ରମ ଲୋକଙ୍କ ମୁହଁରେ ହସ ଆଣିଛି । ଜନଜାତି ବର୍ଗର ବିକାଶ ଓ କଲ୍ୟାଣ ପାଇଁ ସରକାରଙ୍କ କାର୍ଯ୍ୟକ୍ରମ ସେମାନଙ୍କୁ ସଫଳ ଭାବରେ ବିକାଶର ମୁଖ୍ୟଧାରାରେ ଯୋଡି ପାରିଛି । ମାଲକାନଗିରିର ବିଚ୍ଛିନ୍ନାଞ୍ଚଳରେ ମଧ୍ୟ ବିକାଶର ସୂର୍ଯ୍ୟ ଲୋକଙ୍କ ମନରେ ନୂଆ ଆଶା ସଞ୍ଚାର କରିଛି ବୋଲି ନବୀନ କହିଛନ୍ତି।

ସାଧାରଣତନ୍ତ୍ର ଦିବସ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭିଡ଼ିଓ ବାର୍ତ୍ତା ଜାରି
ସମୃଦ୍ଧ, ସଶକ୍ତ, ସ୍ବାଭିମାନୀ ରାଜ୍ୟ ଗଠନ କଥା କହିଲେ
କୋଭିଡ୍ କଟକଣା ମାନିବାକୁ ପୁଣି ଅନୁରୋଧ ଜଣାଇଲେ
ଜାତୀୟ ପ୍ରସଙ୍ଗରେ ସମସ୍ତଙ୍କ ଭିତରେ ସହମତି ପାଇଁ ଆହ୍ବାନ

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ବୋଷ, ମୌଲନା ଆଜାଦ, ଡଃ ଆମ୍ବେଦକର, ବୀର ସୁରେନ୍ଦ୍ର ସାଏ, ବକ୍‌ସି ଜଗବନ୍ଧୁ, ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୁଦନ ଦାସ, ଗୋପବନ୍ଧୁ ଚୌଧୁରୀ, ନବକୃଷ୍ଣ ଚୌଧୁରୀ, ସହିଦ ଲକ୍ଷ୍ମଣ ନାୟକ, ରମାଦେବୀ, ମାଳତୀ ଚୌଧୁରୀ, ପାର୍ବତୀ ଗିରି, ଡଃ ହରେକୃଷ୍ଣ ମହତାବ ଓ ବିଜୁ ପଟ୍ଟନାୟକଙ୍କ ପରି ମହାନ ସଂଗ୍ରାମୀ ମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଦେଶର ଏକତା ଓ ସୁରକ୍ଷା ପାଇଁ ବଳିଦାନ ଦେଇଥିବା ଅମର ସହିଦ୍‌ ଏବଂ କୋଭିଡ ଯୋଦ୍ଧା ମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ନବୀନ କହିଥିଲେ, ଭାରତ ବହୁ ଭାଷା, ବହୁ ଧର୍ମ ଓ ବହୁ ଜାତିକୁ ବହୁ ମତ, ବହୁ ବର୍ଣ୍ଣ, ବହୁ ବିଶ୍ବାସକୁ ନେଇ ଗଠିତ ହୋଇଛି। ବିଭିନ୍ନ ଅଞ୍ଚଳର ଭୂଗୋଳ ମଧ୍ୟ ଭିନ୍ନ ଭିନ୍ନ। ଏହି ବିବିଧତା ହିଁ ଆମର ସବୁଠାରୁ ବଡ ଶକ୍ତି ।ଏହା ହିଁ ଆମ ସଂସ୍କୃତିକୁ, ଆମ ସମାଜକୁ, ସମୃଦ୍ଧ କରିଛି। ଆମ ସମ୍ବିଧାନରେ ଏହା ସୁନ୍ଦର ଭାବରେ ପ୍ରତିଫଳିତ ହୋଇଛି ଏବଂ ସମସ୍ତଙ୍କ ପାଇଁ ବିକାଶର ସମାନ ସୁଯୋଗ ସୃଷ୍ଟି କରିଛି । ଆମ ବିବିଧତାର ସୁରକ୍ଷା ସହ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ଜାତୀୟ ପ୍ରସଙ୍ଗରେ ସହମତି ପାଇଁ ସମସ୍ତେ କାମ କରିବା ଦରକାର। ଏହା ଗଣତନ୍ତ୍ରକୁ ଅଧିକ କ୍ରିୟାଶୀଳ କରିବା ସହ ଦେଶକୁ ଆହୁରି ଶକ୍ତିଶାଳୀ କରିବ।

କୋଭିଡ୍ ସଂପର୍କରେ ସ୍ମରଣ କରାଇ ନବୀନ କହିଥିଲେ, ଗତ ୧୦ ମାସ ହେଲା ସାରା ବିଶ୍ବ କରୋନା ସହ ଲଢୁଛି । ଓଡିଶା କରୋନା ମହାମାରୀ କୁ ସଫଳତାର ସହ ନିୟନ୍ତ୍ରଣ କରିପାରିଛି। ଏଥିରେ କୋଭିଡ ଯୋଦ୍ଧା ମାନଙ୍କର ତ୍ୟାଗ ଓ ସେବା ମନେରଖିବା ଭଳି। ଇତିମଧ୍ୟରେ ଟିକା ଆସିଥିଲେ ମଧ୍ୟ କୋଭିଡ ଗାଇଡଲାଇନ୍‌କୁ କଡାକଡି ଭାବରେ ପାଳନ କରିବାକୁ ସେ ଅନୁରୋଧ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe