ଭୁବନେଶ୍ବର: ପରଲୋକଗତ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ସ୍ବର୍ଗତଃ ମହାରଥୀଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ସେ।
ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ପ୍ରଦୀପ ମହାରଥୀ ବିଜେଡିର ଜଣେ ଦୃଢ ସମର୍ଥକ ଓ ବିଜୁ ବାବୁଙ୍କ ପୁରାତନ ସହଯୋଗୀ ଥିଲେ। ନିଜର ଦୃଢ ସଙ୍ଗଠନ କ୍ଷମତା ଲାଗି ସେ ବେଶ୍ ପରିଚିତ। ଏଥିଲାଗି ସେ ୭ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଯଥାର୍ଥରେ ସେ ଥିଲେ ଜନତାଙ୍କ ନେତା।’ ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଦୀପ ମହାରଥୀଙ୍କର ଶୋକସନ୍ତପ୍ତ ପରିବାର ଓ ପିପଲିବାସୀଙ୍କୁ ମଧ୍ୟ ସମବେଦନା ଜଣାଇଛନ୍ତି।
ଅପରପକ୍ଷରେ ବରିଷ୍ଠ ବିଜେପି ନେତା ତଥା କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ଶୋକ ବାର୍ତ୍ତାରେ କହିଛନ୍ତି ଯେ, ସ୍ବର୍ଗତଃ ମହାରଥୀଙ୍କ ବିୟୋଗରେ ସେ ଗଭୀର ମର୍ମାହତ। ଠିକ୍ ସେହିପରି କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ନିଜର ପ୍ରତିକ୍ରିୟାରେ କହିଛନ୍ତି ଯେ, ପ୍ରଦୀପ ମହାରଥୀ ରାଜ୍ୟ ରାଜନୀତିର ସବୁଠାରୁ ଚର୍ଚ୍ଚିତ ଚେହେରା ଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/10/cm-copy.jpg)