ଜୁଲାଇ ୧ରୁ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

Advertisment
ଜୁଲାଇ ୧ରୁ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର: ଜୁଲାଇ ୧ରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଭିଯୋଗ ପ୍ରକୋଷ୍ଠ ଖୋଲିବ। ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟସଚିବ ଓ ଅନ୍ୟ ସଚିବଙ୍କର ବି ଅଭିଯୋଗ ପ୍ରକୋଷ୍ଠ ଖୋଲିବ। ତେବେ ଜିଲ୍ଲାସ୍ତରୀୟ ସବୁ ଅଭିଯୋଗ ପ୍ରକୋଷ୍ଠ ସୋମବାରରୁ କାର୍ଯ୍ୟ କରିବ ବୋଲି ଆଜି ସୂଚନା ମିଳିଛି।

ସୂଚନାଯୋଗ୍ୟ, ଚଳିତ ବର୍ଷ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ହେତୁ ଜନସାଧାରଣଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସମେତ ବିଭିନ୍ନ ଜିଲ୍ଲାସ୍ତରରେ ଜିଲ୍ଲାପାଳମାନଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିଥିଲା। ଏବେ ଧୀରେଧୀରେ ଗ୍ରୀଷ୍ମ ପ୍ରବାହଜନିତ ପରିସ୍ଥିତି ଦୂର ହୋଇ ଯାଇଥିବାରୁ ଜୁଲାଇ ୧ ତାରିଖରୁ ସମସ୍ତ ଅଭିଯୋଗ ପ୍ରକୋଷ୍ଠ ଖୋଲିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe